Home ଓଡ଼ିଶା ସରିଲା ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ : ସଭାପତି ପଦବୀକୁ ନେଇ ବଢିଲା ଦ୍ଵନ୍ଦ୍ଵ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ବାଣପୁର (ଓଡ଼ିଶା ତାଜା ନ୍ୟୁଜ୍) :- ଓଡ଼ିଶା ଆଇନଜୀବୀ ପରିଷଦର ପ୍ରତ୍ୟକ୍ଷ ତତ୍ୱାବଧାନରେ ଶନିବାର ରାଜ୍ୟର ସମସ୍ତ ଅନୁବନ୍ଧିତ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଏକାକାଳୀନ ଭାବେ ଅନୁଷ୍ଠିତ ହେଇଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ସକାଳ ୭.୩୦ ଘଟିକା ଠାରୁ ନିର୍ବାଚନ ଆରମ୍ଭ ହୋଇ ଅପରାହ୍ନ ୩.୩୦ ଘଟିକାରେ ସମାପ୍ତ ହୋଇଥିଲା । ଚଳିତ ନିର୍ବାଚନରେ ପ୍ରାର୍ଥୀମାନେ ଓକିଲ ବନ୍ଧୁମାନଙ୍କୁ ନିଜ ସପକ୍ଷରେ ମତ ଦେବାକୁ ଘରକୁ ଘର ବୁଲି ବିଭିନ୍ନ ପ୍ରକାର ପ୍ରୟାସ କରିଥିବା ଦେଖିବାକୁ ମିଳିଥିଲା। ଅପରାହ୍ନ ଚାରି ଘଟିକାରେ ଗଣତି ଆରମ୍ଭ କରାଯାଇ ଫଳ ପ୍ରକାଶ ପାଇଥିଲା। ଚଳିତ ନିର୍ବାଚନରେ ସଂଘର ସମୁଦାୟ ୧୨୯ ଜଣ ଆଇନଜୀବୀ ସେମାନଙ୍କର ଭୋଟ ଦେଇଥିବା ବେଳେ ଉପ ସଭାପତି ଭାବରେ ପଦ୍ମଜା ପଟ୍ଟନାୟକ ୬୪ ଖଣ୍ଡ ଭୋଟ, ସମ୍ପାଦକ ଭାବରେ ଗୟାଚନ୍ଦ ଜଗଦୀଶ ପଟ୍ଟନାୟକ ୬୪ ଖଣ୍ଡ ଭୋଟ, ସହ ସମ୍ପାଦକ ଭାବେ ନରେନ୍ଦ୍ର ନାୟକ ୬୮ ଖଣ୍ଡ ଭୋଟ , କାର୍ଯ୍ୟକାରୀ ସଭ୍ୟ ଭାବରେ ସନ୍ତୋଷ ମହାପାତ୍ର ୭୮ ଖଣ୍ଡ ଭୋଟ, ଭି. କାମେଶ୍ୱର ଆଚାରୀ ୭୫ ଖଣ୍ଡ ଭୋଟ ଏବଂ ପ୍ରସନ୍ନ ଜେନା ୬୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି। ତେବେ ସଂଘର ସଭାପତି ପଦବୀ ପାଇଁ ଉଭୟ ପ୍ରାର୍ଥୀ ବୃନ୍ଦାବନ ପ୍ରଧାନ ଓ ଦେବି ପ୍ରସାଦ ସାମନ୍ତରାୟ ସମାନ ଭବେ ୬୩ ଖଣ୍ଡ ଭୋଟ ପାଇଥିବା ଜଣାପଡିଛି। ଏହି ପରିସ୍ଥିତିରେ ନିର୍ବାଚନ ଅଧିକାରୀ ଉଭୟ ପ୍ରାର୍ଥୀଙ୍କୁ ଧର୍ମଗୁଳା(ଲଟେରୀ) ପାଇଁ ପ୍ରସ୍ତାବ ଦେଇଥିବାବେଳେ ଉଭୟ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ l ତେଣୁ କେଉଁ ପ୍ରାର୍ଥୀ ବିଜେତା ତାହାର ନିଷ୍କର୍ଷ ବାହାରିପାରିନାହିଁ l ଉକ୍ତ ନିର୍ବାଚନକୁ ନିର୍ବାଚନ ଅଧିକାରୀ ଭାବରେ ଆଇନଜୀବୀ ଅଜିତ ସ୍ୱାଇଁ ଏବଂ ସହ ନିର୍ବାଚନ ଅଧିକାରୀ ଭାବେ ଆଇନଜୀବୀ ବିପିନ ପ୍ରଧାନ ପରିଚାଳନା କରିଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026