Home ଓଡ଼ିଶା ୩୬ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ : ପ୍ରସ୍ତୁତି କାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟରେ – ୧ ତାରିଖ ଠାରୁ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆସନ୍ତା ୦୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୬ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଉକ୍ତ ଦିନ ସକାଳ ୮ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ୧୩ ଦଣ୍ଡ ଥଳର ବରଣ କରାଯିବ l ଦିବା ଘ.୧୧.୩୦ମି.ରେ ମେଇନ୍ରୋଡ଼ରେ ଧୂଳିଦଣ୍ଡ ଆରମ୍ଭ ହୋଇ ଅପରାହ୍ନରେ ବନ୍ଧ ନିକଟରେ ପାଣିଦଣ୍ଡ, ସନ୍ଧ୍ୟା ୦୫ ଘଟିକା ସମୟରେ ବଜାରଛକ ନିକଟରେ ୧୩ ଦଣ୍ଡର ଆକର୍ଷଣୀୟ ମିଳନ ଉତ୍ସବ ଅନୁଷ୍ଠିତ ହେବ l ଏହି ମିଳନ ଉତ୍ସବରେ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ଯୋଗ ଦେଉଥିବାରୁ ସମସ୍ତ ବ୍ୟବସ୍ଥା କରାଯାଇଛି l ରାତ୍ର ୮ ଘଣ୍ଟ ଠାରୁ ୧୨ ଘଣ୍ଟ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ସହ ରାତ୍ର ୧୧ ଘଟିକା ପରେ ଝୁଣାଦଣ୍ଡର ମହା ପଟୁଆର ଆୟୋଜନ ହେବ l ୭ ତାରିଖ ସକାଳ ୮ଘଟିକାରେ ଯାତ୍ରା ସମାପ୍ତ ଘୋଷଣା କରାଯିବ l ଏଣୁ ଅଞ୍ଚଳ ବାସୀଙ୍କୁ ସମିତି ତରଫରୁ ଏପ୍ରିଲ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସମଗ୍ର ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦକରି ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବାକୁ ସମିତି ତରଫରୁ ଅନୁରୋଧ କରାଯାଇଛି l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026