ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ହାଉସିଂବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ଦିବସ ସହିତ ଉତ୍କଳ ଜନନୀ ପୂଜନ କାର୍ଯ୍ୟକ୍ରମ ବିଦ୍ଯାଳୟ ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବ୍ଳକ୍ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଯୋଗଦେଇ ସର୍ବପ୍ରଥମେ ବିଦ୍ଯାଳୟ ପରିସରରେ ସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

