Home ଓଡ଼ିଶା ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ମାତୃଭୂମି ଓ ମାତୃଭାଷାର ସ୍ଥାନ ସବୁଠାରୁ ଉର୍ଦ୍ଧ୍ବରେ । ଶାସ୍ତ୍ରୀୟ ମାନ୍ୟତା ପାଇଥିବା ଓଡ଼ିଆ ଭାଷା ସ୍ଵାଧୀନତା ପୂର୍ବରୁ ଭାଷା ଭିତ୍ତିରେ ଗଠନ ହୋଇଥିବା ପ୍ରଥମ ରାଜ୍ୟ । ତେଣୁ ନିଜ ମାତୃଭାଷାକୁ ନେଇ ଗର୍ବ କରିବା ସହ ମାତୃଭାଷାର ସମ୍ମାନ ରଖିବା ପାଇଁ ଯଥାସାଧ୍ୟ ପ୍ରଯତ୍ନ କରିବାର ଆବଶ୍ୟକତା ରହିଛି ବୋଲି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରାକୃତିକ ନୈସର୍ଗିକ ସୋନ୍ଦର୍ଯ୍ୟରେ ଭରପୁର ଓଡ଼ିଶା ମାଟିରେ ପର୍ଯ୍ୟଟନର ଅପୂର୍ବ ସମ୍ଭାର ରହିବା ସହ ଖଣିଜ ପଦାର୍ଥରେ ଭରପୁର ରହିଛି। ରାଜ୍ୟ ସରକାର ଶିଳ୍ପର ବିକାଶ କରି ଅର୍ଥନୈତିକ ଅଭିବୃଦ୍ଧି କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି । ଓଡିଶାର କଳା ସଂସ୍କୃତି ଓ ଐତିହ୍ୟ ଏତେ ସମୃଦ୍ଧ ଥିଲା ଯାହା ସୁମାତ୍ରା, ଜାଭା ଓ ବାଲି ଦ୍ଵୀପ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇପାରିଥିଲା। ବିକଶିତ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ସହ କଳା ଓ ସଂସ୍କୃତିକୁ ବଞ୍ଚାଇ ରଖିବାର ଦାୟିତ୍ଵ ଆଗାମୀ ଯୁବପିଢୀଙ୍କର ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜିତ ଓଡିଶା ଦିବସ କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଓ ସାଂସଦ ପ୍ରତିନିଧି ସଞ୍ଜୟ ସରକାର ଯୋଗ ଦେଇଥିଲେ। ୧୯୩୬ ଏପ୍ରିଲ ପହିଲାରେ ଭାଷା ଭିତ୍ତିରେ ସ୍ଵତନ୍ତ୍ର ଭାବେ ଗଠନ ହୋଇଥିବା ରାଜ୍ୟ ନିମନ୍ତେ ଯେଉଁ ବରପୁତ୍ରମାନେ ନିଜକୁ ସମର୍ପଣ କରି ଦେଇଥିଲେ ସେମାନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବାକୁ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ରାଜ୍ୟ ସରକାର ଓଡ଼ିଆ ଅସ୍ମିତାକୁ ଅଖଣ୍ଡ କରି ରଖିବା ପାଇଁ ଏପ୍ରିଲ୍ ପହିଲାରୁ ୧୪ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରୁଛନ୍ତି। ଆଜି ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଗାନ୍ଧୀଜୀ ଓ ଗୋପବନ୍ଧୁ ଓ ସର୍କିଟ ହାଉସ ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନେ ପୁଷ୍ପମାଲ୍ୟଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ସହରର ଅନ୍ୟ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତିରେ ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି । ସେହିପରି ଜିଲ୍ଲାର ସମସ୍ତ ବ୍ଲକ୍ ଓ ପଞ୍ଚାୟତରେ ମଧ୍ଯ ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି। ସେହିପରି ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରିଥିଲେ। ବାଲିମେଳା ବାଣୀଶ୍ରି କଳା ନିକେତନ ଗରୁ ବିଟନଙ୍କ ଅଧୀନରେ ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଆଇଏମଏସଟି ଓ ଘଡେ଼ଇ ସ୍କୁଲର ଛାତ୍ରଛାତ୍ରୀ ଏଥିରେ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ୱୀ ସେଠୀଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ଉପସ୍ଥିତ ଥିଲେ। ଗତକାଲିଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନ ଗୁଡ଼ିକୁ ରଙ୍ଗୀନ ଆଲୋକମାଳା ରେ ସଜା ଯାଇଛି। Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026