ନୂଆଗାଁ (ଓଡ଼ିଶା ତାଜା ନ୍ୟୁଜ୍) :- ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି । ସୂଚନା ଅନୁଯାୟୀ ନୂଆଗାଁ ଗ୍ରାମପଞ୍ଚାୟତ ଖାଲମଡା ଗ୍ରାମରେ ଥିବା ରାମେଶ୍ବର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଧାନଶିକ୍ଷକ ଦିଲ୍ଲୀପ କୁମାର ସ୍ବାଇଁ ଙ୍କ ତତ୍ବାବଧାନରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଦିବସ ପାଳିତ ହୋଇଯାଇଛି ।

