ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଆସନ୍ତା ୧୩ ଓ ୧୪ ତାରିଖରେ ୭୭ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏଥିନିମନ୍ତେ ପୂର୍ବରୁ ସରକାରଙ୍କ ପକ୍ଷରୁ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏହାକୁ ମହା ଆଡ଼ମ୍ବରରେ ପାଳନ କରିବା ସହ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ୟାରେଡ ଓ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହେବା ନେଇ ନିଷ୍ପତ୍ତି ହୋଇଛି । ବୈଠକ ପ୍ରାରମ୍ଭରେ ଭୁବନେଶ୍ୱର ମହାନଗର ନିଗମ ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ ସାହୁ ପ୍ରତିଷ୍ଠା ଦିବସ ପାଳନ ସମ୍ପର୍କରେ ଉଚ୍ଚ ସ୍ତରୀୟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଥିଲେ । ଏହାକୁ କାର୍ୟ୍ୟକ୍ଷମ କରିବା ସମ୍ପର୍କରେ ଆଜିର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।
