Home ଓଡ଼ିଶା ବାଙ୍କୀ କଲେଜ ରସାୟନ ବିଭାଗ ଆନୁକୁଲ୍ୟରେ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରସାୟନିକ ବିଭାଗ ଆନୁକୁଲ୍ୟରେ + ୩ ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଉତ୍ସବରେ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ଶୁଭଶ୍ରୀ ଦାସ ସଭାପତିତ୍ୱ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଯୋଗଦାନ କରିଥିଲେ । ମୁଖ୍ୟବକ୍ତା ଭାବେ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ଛାତ୍ରଛାତ୍ରୀମାନେ ଭଲ ପାଠ ପଢ଼ିବା ସହିତ କଲେଜର ସୁନାମ ରଖିବା ପାଇଁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଅଧ୍ୟାପିକା ସୁଦିକ୍ଷା ଲେଙ୍କା, ଡକ୍ଟର ଶଶିଭୂଷଣ ମହାପାତ୍ର, ଅଧ୍ୟାପିକା ବିନୋଦିନୀ ପଣ୍ଡା, ଅଧ୍ୟାପିକା ଲକ୍ଷ୍ମୀପ୍ରିୟା ମିଶ୍ର, କିଶୋର ଚନ୍ଦ୍ର ସ୍ୱାଇଁ, ପଦାରବିନ୍ଦ ମହାନ୍ତି, ଭୂପତି ଭୂଷଣ ପ୍ରଧାନ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଦିବ୍ୟରଞ୍ଜନ ସାହୁ ଓ ସୁମିତ୍ରା ସାହୁ ପରଚାଳନା କରିଥିଲେ । ପଦାରବିନ୍ଦ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । Categories: ଓଡ଼ିଶା, କଟକ, ହୋମ୍ Related Content ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ by Proprietor Abhimanyu Maharana September 23, 2026 Odisha named among India’s most pronounced drought hotspots as extremes spread along the eastern coast: 52-year study by Proprietor Abhimanyu Maharana September 23, 2026 ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ by Proprietor Abhimanyu Maharana September 23, 2026 ପୁରୀ ଆଇନ ସଚେତନତା ଶିବିର by Proprietor Abhimanyu Maharana September 23, 2026 ଆସନ୍ତାକାଲି ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି : ୬ ଘଣ୍ଟା ଦର୍ଶନ ବନ୍ଦ by Proprietor Abhimanyu Maharana September 22, 2026 ବାଲିଗୁଡା ଆଦିବାସି ମହାବିଦ୍ୟାଳୟରେ ଏ.ଡ୍.ସ୍. ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana September 22, 2026