Home ଓଡ଼ିଶା “ଲୋକକଳା ପାଇଁ ଦିନଟିଏ ” ବାଲିଗୁଡା ଅଞ୍ଚଳର ଯୁବ ନାଟ୍ୟକାର ପ୍ରମୋଦ ଦଣ୍ଡସେନାଙ୍କୁ ସମ୍ବର୍ଦ୍ଧନା by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ଓଡ଼ିଆ ପକ୍ଷ ପାଳନ ଅବସରରେ ଗୁରୁବାର ଦିନ କନ୍ଧମାଳ ଜ଼ିଲ୍ଲା ଖଜୁରୀପଡା ରେ ଜ଼ିଲ୍ଲା ପ୍ରଶାସନ ର ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ପାଇଁ ଦିନଟିଏ ଦିବସ ପାଳିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜ଼ିଲ୍ଲାର ୧୨ ଗୋଟି ବ୍ଳକର କଳାକାର ମାନେ ଯୋଗଦେଇ ଦେଇଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ପଦ୍ମଶ୍ରୀ ଶ୍ରୀମତୀ ପୂର୍ଣ୍ଣମାସି ଯାନୀ, ଖଜୁରୀପଡା ବ୍ଳକ ଅଧକ୍ଷl ଅନିମା କହଁର, ବିଡ଼ିଓ ଶୁଭ ଦତ୍ତାତ୍ରୟ ବାହିନୀପତି, ଜ଼ିଲ୍ଲାପରିଷଦ ସଭ୍ୟ ଶ୍ରୀମତୀ ଉର୍ବଶୀ ଡିଗାଲ ଙ୍କ ସମେତ ବ୍ଳକ ର ସମସ୍ତ ସରପଞ୍ଚ ସମିତି ସଭ୍ୟ ଯୋଗଦେଇ ଦେଇ ସରକାରଙ୍କ ଯୋଜନାକୁ ଉଚ୍ଚ ପ୍ରଶଂସା କରିଥିଲେ । ସଭାକାର୍ଯ୍ୟ ପ୍ରାରମ୍ଭ ରେ ଆମନ୍ତ୍ରିତ ଅତିଥି ଗଣ ଜଗତର ନାଥ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ l ଏହି ଅବସରରେ ଜ଼ିଲ୍ଲାର ବହୁ ବିଶିଷ୍ଟ କଳାକାର ଙ୍କୁ ସମ୍ମାନିତ କରାଯାଇଥିଲା l ଏହି ସମ୍ମାନିତ ମଧ୍ୟରେ ବାଲିଗୁଡା ଅଞ୍ଚଳ ର ଅଗ୍ରଣୀ ସଂlସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ର ର ସମ୍ପାଦକ, ନାଟ୍ୟକାର, ତଥା ଅଭିନେତା ପ୍ରମୋଦ କୁମାର ଦଣ୍ଡସେନାଙ୍କୁ ନିଜର କଳା ନୈପୁଣ ପାଇଁ ଅତିଥି ଗଣ ସମ୍ବର୍ଦ୍ଧନା ସହ ମାନପତ୍ର ପ୍ରଦାନ କରିଥିଲେ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026