Home ଓଡ଼ିଶା କଟକ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp କଟକ (ଓଡ଼ିଶା ତାଜା ନ୍ୟୁଜ୍) :- ଭାରତୀୟ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବା ସାହେବ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ଅବସରରେ ଆଜି ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଏବଂ ଜିଲ୍ଳା ପ୍ରଶାସନ, କଟକ ପକ୍ଷରୁ ଉଚ୍ଚ ନ୍ୟାୟାଳୟ ସନ୍ନିକଟ ଆମ୍ବେଦକରଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟସଭା ସାଂସଦ ଶ୍ରୀ ଦେବାଶିଷ ସାମନ୍ତରାୟ, ବାଙ୍କୀ ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ବାରବାଟୀ-କଟକ ବିଧାୟିକା ଇଂ. ସୋଫିଆ ଫିର୍ଦ୍ଦୋଶ, କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ, ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ପ୍ରମୁଖ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଜଣେ ଆଇନବିତ୍, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ତଥା ଭାରତୀୟ ସମ୍ବିଧାନର ସ୍ଥପତି ଭାବରେ ଡକ୍ଟର ବି.ଆର. ଆମ୍ବେଦକରଙ୍କ ବହୁମୂଖୀ ପ୍ରତିଭା ଉପରେ ଆଲୋକପାତ କରିଥିଲେ। ଜାତିଭିତ୍ତିକ ଭେଦଭାବ ଦୂର କରି ସାମାଜିକ ନ୍ୟାୟକୁ ପ୍ରୋତ୍ସାହିତ କରିବା ପାଇଁ ତାଙ୍କର ଅକ୍ଳାନ୍ତ ପ୍ରୟାସ ଏକ ଉନ୍ନତ ଭାରତ ପାଇଁ ତାଙ୍କ ଦୃଷ୍ଟିକୋଣର ପ୍ରମାଣ ଦେଇଥାଏ। ତାଙ୍କ ଅବଦାନକୁ ସମ୍ମାନ ଜଣାଇ ସମାନତା, ନ୍ୟାୟ ଏବଂ ମାନବାଧିକାରରେ ପରିପୂର୍ଣ୍ଣ ସମାଜ ଗଠନ ଦିଗରେ ବ୍ରତୀ ହେବାପାଇଁ ଅତିଥିମାନେ ଆହ୍ୱାନ ଦେଇଥିଲେ । କଟକ ମହାନଗର ଶାନ୍ତି କମିଟି ସଭାପତି ଶ୍ରୀ ଦେବେନ୍ଦ୍ରନାଥ ସାହୁ, ସମ୍ପାଦକ ଭିକାରୀ ଦାସ, ସ୍ଥାନୀୟ କର୍ପୋରେଟର ଶ୍ରୀମତି ଆରତୀ ସାହୁ, ବରିଷ୍ଠ ଆଇନଜୀବି ପ୍ରଶାନ୍ତ ନାୟକ, କଟକ ମହାନଗର ନାଗରିକ ମହାସଭାର ବରିଷ୍ଠ ସଦସ୍ୟ ଡ଼ଃ ରବି ରଞ୍ଜନ ସାହୁ, ଗୋପାଳ ଚନ୍ଦ୍ର ମିଶ୍ର, ସମରେନ୍ଦ୍ର ଘୋଷ, ସୁରେନ୍ଦ୍ରନାଥ ଛୋଟରାୟ, ସାହିତ୍ୟିକା ନଳିନୀପ୍ରଭା ନାୟକଙ୍କ ସମେତ ଦ୍ଵିପାୟନ ପଟ୍ଟନାୟକ, ଡ଼ଃ ରଞ୍ଜନ ବିଶ୍ଵାଳ ଏବଂ ବହୁ ସାମାଜିକ କର୍ମୀ, ଆଇନଜୀବି, ବିଭିନ୍ନ ଅନୁଷ୍ଠାନର ସଦସ୍ୟ ସଦସ୍ୟାମାନେ ଉପସ୍ଥିତ ରହି ମାଲ୍ୟାର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ଭବାନୀ ଶଙ୍କର ଭୂୟାଁ ଏବଂ କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ତଥା କର୍ମଚାରୀ ଉପସ୍ଥିତ ରହି କାର୍ୟ୍ୟକ୍ରମ ପରିଚାଳନା କରିଥିଲେ । Categories: ଓଡ଼ିଶା, କଟକ, ହୋମ୍ Related Content ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ by Proprietor Abhimanyu Maharana October 2, 2026 ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ by Proprietor Abhimanyu Maharana October 2, 2026 ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ by Proprietor Abhimanyu Maharana October 2, 2026 ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana October 2, 2026 କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ by Proprietor Abhimanyu Maharana October 2, 2026 ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ by Proprietor Abhimanyu Maharana October 2, 2026