ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ, ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟଙ୍କୁ ନେଇ “ବେଟି ବଚାଓ ବେଟି ପଢ଼ାଓ” କାର୍ଯ୍ୟକ୍ରମର ଆୟୋଜନ ହୋଇଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମ ସୁନ୍ଦର ସାହୁ ଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯକ୍ରମରେ ବାଳିକା ଶିକ୍ଷାର ପ୍ରଚାର, ପ୍ରସାର ତଥା ସେମାନଙ୍କ ବ୍ୟକ୍ତିତ୍ଵ ବିକାଶରେ ବାଧକ ସାଜୁଥିବା ପ୍ରତିକୂଳ ପରିବେଶ ସମ୍ପର୍କରେ ଆଲୋଚନା ହୋଇଥିଲା।
