ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡା, ସିଟୁପଡ଼ି, ବାରଖମା, ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, ବାଲିଗାଡା, ଦାଉଙ୍ଗିଆ, ସିଟୁପାଜୁ ଓ କିଲୁପଡା ଭଳି ବିଭିନ୍ନ ଅଞ୍ଚଳର ପ୍ରତ୍ୟେକ କାଳୀ ମନ୍ଦିରରେ ହଜାର ହଜାର ମାନସିକ ଧାରୀ ଙ୍କ ଉପସ୍ଥିତିରେ ଏହି ମେରୁଯାତ୍ରା ଅନୁଷ୍ଠିତ ହୋଇଥିଲା।

