ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ନିର୍ବାଚନ ମଣ୍ଡଳୀ ବିଜେଡି ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ପ୍ରମୁଖ ଯୋଗ ଦେଇଥିଲେ। ନୟାଗଡ଼ ପୌର ପରିଷଦ ବିଜେଡି ସଭାପତି ଅମୂଲ୍ୟ ମହାନ୍ତି ବିଜୁ ବାବୁଙ୍କ ଦ୍ଵାରା ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା କରିବା ଅନୁଭୂତିକୁ ବକ୍ତବ୍ୟରେ କହିଥିଲେ।

