ରାମନାଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ବିଜୟାନନ୍ଦ ପଟ୍ଟନାୟକ (ବିଜୁବାବୁ)ଙ୍କର ୨୬ ତମ ଶ୍ରାଦ୍ଧ ଦିବସ। ୧୯୯୭ ଏପ୍ରିଲ ୧୭ରେ ଦିଲ୍ଲୀରେ ତାଙ୍କର ପରଲୋକ ହୋଇଥିଲା। ସ୍ବାଭିମାନୀ, ସାହସୀ, ଯୁଗ ସ୍ରଷ୍ଟା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ୧୯୧୬ ମାର୍ଚ୍ଚ ୫ରେ ଜନ୍ମଗ୍ରହଣ କରିଥିଲେ । ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସେ ନିଜେ ବିମାନ ଚଳାଇ ଇଣ୍ଡୋନେସିଆର ରାଷ୍ଟ୍ରପତି, ଓ ପ୍ରଧାନମନ୍ତ୍ରୀଙ୍କୁ ଉଦ୍ଧାର କରିଥିଲେ । ଏହି ଦୁଃସାହସିକ କାର୍ଯ୍ୟପାଇଁ ତାଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ “ଭୂମିପୁତ୍ର” ସମ୍ମାନରେ ସମ୍ମାନିତ କରାଯାଇଥିଲା ।
