
ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକ ଶେଷ ପରେ ଅଙ୍ଗନବାଡ଼ି କର୍ମୀ ନିଯୁକ୍ତି ନେଇ ଏକ ଘୋଷଣା କରାଯାଇଛି । ଅଙ୍ଗନବାଡ଼ି ସୁପର୍ଭାଇଜର୍ ଚାକିରି ପାଇଁ ଏଣିକି ଆଶାୟୀ ଗ୍ରାଜୁଏସନ୍ କରିଥିବା ଆବଶ୍ୟକ । ଆଜି କ୍ୟାବିନେଟ ଓଡ଼ିଶା ଶିଶୁ ଓ ମହିଳା କଲ୍ୟାଣ ସେବା (ସଂଶୋଧନ) ନିୟମ ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛି ।

