Home ଓଡ଼ିଶା ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟଲୋଚନା କମିଟି (ଦିଶା) ବୈଠକରେ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ଵରାନିତ ଉପରେ ଗୁରୁତ୍ବ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ବିଭିନ୍ନ ଗ୍ରାମୀଣ ଉନ୍ନୟନ କାର୍ଯ୍ୟକ୍ରମର ସମନ୍ଵୟ ଓ ପର୍ଯ୍ୟଲୋଚନା ନିମନ୍ତେ ଗଠିତ କମିଟି (ଦିଶା) ର ଏକ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ନବରଙ୍ଗପୁର ଲୋକସଭା ସାଂସଦ ଈଂ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ , ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ବନଖଣ୍ଡ ଅଧିକାରୀ ପ୍ରତାପ କଟ୍ଟାପଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଓ ମାଲକାନଗିରି ବିଧାୟକ ପ୍ରତିନିଧି ନିହାର ରୟ ପ୍ରମୁଖ ମଞ୍ଚାସୀନ ଥିଲେ।. ବିଭିନ୍ନ କାର୍ଯ୍ୟର ଅଗ୍ରଗତିକୁ ନେଇ ସାଂସଦ ସମୀକ୍ଷା କରିବା ସହ ଚାଲୁଥିବା କାର୍ଯ୍ୟ ଗୁଡ଼ିକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ମାଲକାନଗିରି ଭଳି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଆତ୍ମ ନିର୍ଭର ଭାରତ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ସ୍ବପ୍ନକୁ ସାକାର କରିବା ପାଇଁ ଶିକ୍ଷା ଓ ସ୍ଵାସ୍ଥ୍ୟ ଭଳି ଅନେକ କ୍ଷେତ୍ରରେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି ସାଂସଦ ଶ୍ରୀ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ଅନ୍ତତଃ ଦୁଇ ଦିନ ବ୍ୟବଧାନରେ ମନରେଗା ଶ୍ରମିକଙ୍କୁ ମଜୁରୀ ଦେବାର ବ୍ୟବସ୍ଥା ହେଲେ ଜିଲ୍ଲାର ଦାଦନ ହାର କମିବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ସାଂସଦ ଇଂ ମାଝୀ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ଵରାନିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ପ୍ରତି ଘରକୁ ବିଜୁଳି ସଂଯୋଗୀକରଣ, ପାନୀୟ ଜଳ, କୃଷି, ଜଳ ସେଚନ, ପଶୁ ପାଳନ ସହ ଦୁଗ୍ଧ ଓ ମାଛ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରାମାଂଚଳର ସ୍ଵାସ୍ଥ୍ୟ ସେବା ଓ ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ମାନ ବୃଦ୍ଧି ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ କୁହାଯାଇଛି। ରେଞ୍ଜ ଅନୁସାରେ ଜିଲ୍ଲାର ଜଙ୍ଗଲ ଗୁଡ଼ିକର ସର୍ଭେ କରି ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ଜନ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନା, ସୁକନ୍ୟା, ଲକ୍ଷପତି ଦିଦି, ଅଟଳ ପେନସନ ଓ ମୁଦ୍ରା ଯୋଜନା ବିଷୟରେ ଆଲୋଚନା କରାଯାଇ କିଭଳି ଏହା ବିଷୟରେ ସମସ୍ତେ ଅବଗତ ହୋଇ ଏହାର ଲାଭ ଉଠାଇ ପାରିବେ ସେ ନେଇ ଆଲୋଚନା କରାଯାଇଛି। ଅପହଞ୍ଚ ଗ୍ରାମ ଗୁଡିକୁ ସଡ଼କ ପଥ ମାଧ୍ୟମରେ ଯୋଡିବା ପାଇଁ ଗୁରୁତ୍ଵାରୋପ କରାଯାଇଛି । ସେହିପରି ନୂତନ ଶିକ୍ଷା ନୀତି ଆଧାରରେ ସମସ୍ତ ବିଦ୍ୟାଳୟରେ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ କୁହାଯାଇଛି । ପ୍ରତ୍ୟେକ ଗ୍ରାମକୁ ବିଜୁଳି ସେବା କିଭଳି ଯୋଗାଇ ଦିଆଯିବ ସେଥି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଗ୍ରାମରେ ମୋବାଇଲ ନେଟୱର୍କ ସେବାକୁ ସୁନିଶ୍ଚିତ କରିବା ପାଇଁ ମଧ୍ଯ ଆଲୋଚନା କରାଯାଇଥିଲା।ସାଂସଦଙ୍କ ନିର୍ଦ୍ଦେଶ ପ୍ରକାରେ ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟ ଓ ଯୋଜନା ଗୁଡିକ ତୃଣମୂଳ ସ୍ତରରେ ପହଞ୍ଚାଇ ନିମନ୍ତେ ସମସ୍ତ ବିଭାଗ ପଦକ୍ଷେପ ନେବେ ବୋଲି ଜିଲ୍ଲାପାଳ କହିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଓ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ। Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026