Home ଓଡ଼ିଶା ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ ଅନୁଷ୍ଠିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏପ୍ରିଲ୍ ୨୪ କୁ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସ୍ଥାନୀୟ ବ୍ଲକ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ସାଂସଦ ପ୍ରତିନିଧି ସଞ୍ଜୟ ସରକାର, ବ୍ଲକ ବିଧାୟକ ପ୍ରତିନିଧି ସତ୍ୟ ଶରଣ ପୋଲ ଓ ବିଡିଓ ତପନ କୁମାର ସେନାପତି ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଜିଲ୍ଲା ସ୍ଥିତ ତାଳବଣିଆ ଠାରେ ରାଜ୍ୟ ସ୍ତରୀୟ ପଞ୍ଚାୟତିରାଜ ଦିବସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ରାଜ୍ୟର ୬ ଲକ୍ଷ ଯୋଗ୍ୟ ହିତାଧୀକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୩ କିଲୋୱାଟ ପର୍ଯ୍ୟନ୍ତ ସୋଲାର ପ୍ୟାନେଲ ପାଇଁ ୧,୩୮,୦୦୦ ଟଙ୍କା ପର୍ଯ୍ୟନ୍ତ ସବସିଡି ପ୍ରଦାନ କରାଯାଇଛି। ୪,୧୨୪ କୋଟି ଟଙ୍କା ମୂଲ୍ୟର ୩୧୪ ଟି ବ୍ଲକସ୍ତରୀୟ ଷ୍ଟାଡିୟମର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ପାଖାପାଖି ୨ ଲକ୍ଷ ନୂତନ ହିତାଧୀକାରୀଙ୍କୁ ପ୍ରାୟ ୨୦୦ କୋଟି ଟଙ୍କାର ସୁଭଦ୍ରା ସହାୟତା ରାଶି ପ୍ରଦାନ କରାଯାଇଛି। ସେହିପରି ଇ- ପଞ୍ଚାୟତ ସଭା ପୋର୍ଟାଲ, ପି ପି ଏମ୍ ଏସ୍ ପୋର୍ଟାଲ, ପଞ୍ଚାୟତ ମନିଟରିଂ ସିଷ୍ଟମ ପୋର୍ଟାଲ ଓ ମୋବାଇଲ ଆପ୍ ଉନ୍ମୋଚନ ସହ ୩୨ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ରାଜ୍ୟ ସ୍ତରରେ ବଣ୍ଟନ କରାଯାଇଛି । ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମାଲକାନଗିରି ବ୍ଲକର ୬୪ ଏବଂ ପୌର ପରିଷଦର ୪୯ ଜଣଙ୍କୁ ରାସନ କାର୍ଡ ପ୍ରଦାନ କରାଯାଇଛି । ସେହିପରି ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୧୬, ମାଥିଲି ବ୍ଲକରେ ୩୬, କାଲିମେଳାରେ ୧୬୧, ଖଇରପୁଟରେ ୨୫, କୋରକୁଣ୍ଡାରେ ୫୮, ପଡିଆରେ ୩୪ ଓ ଚିତ୍ରକୋଣ୍ଡାରେ ୨୬ ଜଣଙ୍କୁ ରାସନ କାର୍ଡ ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାର ତଣ୍ଡାପାଲ୍ଲି ଗ୍ରାମ ପଞ୍ଚାୟତକୁ ‘ବି’ ବର୍ଗରେ ୫ ଲକ୍ଷ ୭୯ ହଜାର ୭୧୦, ପାଣ୍ଡ୍ରିପାଣିକୁ ‘ସି’ ବର୍ଗରେ ୩ ଲକ୍ଷ ୮୬ ହଜାର ୪୭୩, ତମାସାକୁ ‘ ବର୍ଗରେ ୩ ଲକ୍ଷ ୮୬ ହଜାର ୪୭୩, ମାଟାପାକା କୁ ‘ସି’ ବର୍ଗରେ ୩ ଲକ୍ଷ ୮୬ ହଜାର ୪୭୩ ଏବଂ ଚାଲାଣଗୁଡା କୁ ‘ସି’ ବର୍ଗରେ ୩ ଲକ୍ଷ ୮୬ ହଜାର ୪୭୩ ଟଙ୍କାର ଆର୍ଥିକ ପ୍ରୋତ୍ସାହନ ରାଶି ପଞ୍ଚମ ରାଜ୍ୟ ଅର୍ଥ ଆୟୋଗଙ୍କ ପକ୍ଷରୁ ପ୍ରଦାନ କରାଯାଇଛି । ଏହି ପ୍ରୋତ୍ସାହନ ଅର୍ଥ ରାଶି ଜିଲ୍ଲାର ପାଞ୍ଚଟି ଗ୍ରାମ ପଞ୍ଚାୟତର ବିକାଶ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ନିମନ୍ତେ ବିନିଯୋଗ ହେବ। ଆଜିର ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଅତିଥି ମାନେ ହିତାଧୀକାରୀ ମାନଙ୍କୁ ସହାୟତା ବଣ୍ଟନ କରିଥିଲେ। ସେହିପରି ଜମ୍ମୁ କାଶ୍ମୀର ରାଜ୍ୟର ପୁଲୱାମାରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଦ୍ୱାରା ଅତର୍କିତ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିମନ୍ତେ ଏକ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୋଗାଣ ଅଧିକାରୀ ମନମୋହନ ପଟ୍ଟନାୟକ, ସଦର ଯୋଗାଣ ଅଧିକାରୀ ମୁରଲୀ କ୍ରିଷ୍ଣା, ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ଦାସ, ଜିଲ୍ଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ଦଶରଥ ପଡିଆମୀ, ବ୍ଲକ୍ ସାଂସଦ ପ୍ରତିନିଧି ଉଙ୍ଗା ପଡ଼ିଆମିଙ୍କ ସମେତ ଜିଲ୍ଲା ଯୋଗାଣ ବିଭାଗର କର୍ମଚାରୀ, ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ଓ ହିତାଧିକାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଆୟୋଜନ କରିବାରେ ସଦର ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ। Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026