Home ଓଡ଼ିଶା ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ବିଧାନସଭା :- ନବଉତ୍କଳର ନିର୍ମାତା, ବିଚ୍ଛିନ୍ନ ଉତ୍କଳର ଏକତି୍ରକରଣର କର୍ଣ୍ଣଧାର, ସାହିତ୍ୟାନୁରାଗୀ, ସୁଶାସକ ତଥା ପ୍ରଜାବତ୍ସଳ, ଦାନବୀର ରୂପେ ସର୍ବଜନବିଦିତ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଉତ୍କଳମାତାର ସେବାରେ ନିଜକୁ ନିୟୋଜିତ କରିଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବାରେ ତାଙ୍କର ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ । ୧୮୯୨ ମସିହା ଅପ୍ରେଲ ୨୬ ତାରିଖରେ ଗଞ୍ଜାମ ଜିଲ୍ଲାର ପାରଳାଖେମୁଣ୍ଡିର ରାଜପରିବାରରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ପିତା ଗୌରଚନ୍ଦ୍ର ଗଜପତି ନାରାୟଣ ଦେବ ଓ ମାତା ରାଧାମଣି ଦେବୀଙ୍କର କୋଳମଣ୍ଡନ କରିଥିଲେ । ୧୯୨୪ ମସିହା ମଇ ମାସ ୨୫ ତାରିଖରେ ୮୨ ବର୍ଷ ବୟସରେ ପାରଳାଖେମୁଣ୍ଡି ସହରରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ କର୍ମମୟ ଜୀବନର ଅବସାନ ଘଟିଥିଲା । ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ନେଇ ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ତାଙ୍କର ଅଦମ୍ୟ ପ୍ରଚେଷ୍ଟା ଥିଲା ଅତୁଳନୀୟ । ଜଣେ ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ତଥା ସୁଶାସକ ଭାବେ ତାଙ୍କର ନାମ ଚିରଦିନ ପାଇଁ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ । ଆଜି ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡ଼ାମ, ଉତ୍କଳ ସମ୍ମିଳନୀର ସଦସ୍ୟବୃନ୍ଦ, ଗଜପତି ବିକାଶ ପରିଷଦର ବରିଷ୍ଠ କର୍ମକର୍ତ୍ତା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ by Proprietor Abhimanyu Maharana October 10, 2026 ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି by Proprietor Abhimanyu Maharana October 10, 2026 କୁଇବାହାଲ ରେ ନୁଆଁଖାଇ ଭେଟ by Proprietor Abhimanyu Maharana October 10, 2026 ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ by Proprietor Abhimanyu Maharana October 10, 2026 ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration by Proprietor Abhimanyu Maharana October 10, 2026 ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ by Proprietor Abhimanyu Maharana October 9, 2026