ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଉତ୍କଳମାତାର ଜଣେ ସୁଯୋଗ୍ୟ ସନ୍ତାନ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଥିଲେ ଏକାଧାରରେ ଆଦର୍ଶ ସୁଶାସକ, ପ୍ରଜାବତ୍ସଳ ଓ ଦୂରଦ୍ରଷ୍ଟା ରାଜା, ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ଏବଂ ସାହିତ୍ୟାନୁରାଗୀ । ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ସେ ଥିଲେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଏବଂ ତାଙ୍କର ଦୁଇଥର ପ୍ରଧାନମନ୍ତ୍ରୀତ୍ୱ କାଳରେ ସେ ଓଡ଼ିଶାରେ ଅନେକ ଜନହିତକର ଏବଂ ଉନ୍ନୟନମୂଳକ କାର୍ଯ୍ୟ କରିଯାଇଛନ୍ତି ବୋଲି ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।
