Home ଓଡ଼ିଶା ଦଶପଲ୍ଲାରେମାନବିକ ଅଧିକାର ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) :- ଦଶପଲ୍ଲା ଓକିଲ ସଂଘ ଆୟୋଜନ କ୍ରମେ ଦଶପଲ୍ଲାସ୍ଥ ଗୋବିନ୍ଦ ଭବନ ଠାରେ ଅନୁସୂଚିତ ଜାତି , ଜନଜାତି ଓ ମହିଳା ମାନଙ୍କର ମାନବିକ ଅଧିକାର ଉପରେ ଏକ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଯାଇଅଛି।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରାକ୍ତନ ମୁଖ୍ୟ ବିଚାରପତି ହାଇକୋର୍ଟ ତଥା ଅଧୁନା ଜାତୀୟ ମାନବିକ ଅଧିକାର ଆୟୋଗର ମାନ୍ୟବର ସଦସ୍ୟ ଜଷ୍ଟିସ ଡ. ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଓ ମୁଖ୍ୟବକ୍ତା ଭାବରେ ପ୍ରାକ୍ତନ ସି.ବି.ଆଇ. ଜଜ୍ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ମିଶ୍ର ଯୋଗଦେଇଥିଲେ। ସଭାର ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ବାବା ସାହେବ୍ ଡ. ଆମ୍ବେଦକରଙ୍କ ଫଟୋଚିତ୍ରରେରେ ମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଯୋଳନ କରାଗଲା ପରେ ଓକିଲ ସଂଘର ସମ୍ପାଦକ ଶରତ ଚନ୍ଦ୍ର ବେହେରା ଅତିଥି ପରିଚୟ ସହିତ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଏହାପରେ ମୁଖ୍ୟବକ୍ତା ଶ୍ରୀଯୁକ୍ତ ମିଶ୍ର ମାନବିକ ଅଧିକାର ର ବିଭିନ୍ନ ଦିଗ ଉପରେ ବକ୍ତବ୍ୟ ରଖିଥିଲେ।ମୁଖ୍ୟ ଅତିଥି ଜଷ୍ଟିସ ଷଡ଼ଙ୍ଗୀ ମଣିଷର ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଥିବା ସମସ୍ତ ଅଧିକାର କିଭଳି ସୁରକ୍ଷିତ ରହିବ ଓ ସେ କିଭଳି ସମ୍ମାନର ସହ ବଞ୍ଚିବା ତାର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ସେଥିପାଇଁ ସମାଜରେ ଆଦିବାସୀ , ଦଳିତ ଓ ମହିଳାମାନେ ଏବିଷୟରେ ସଚେତନ ହେବା ଦରକାର। ଏଥିରେ ଆଇନଜୀବୀଙ୍କ ଠାରୁ ଆରମ୍ଭ କରି ସରକାରୀ ଓ ବେସରକାରୀ ସଂଗଠନ ମାନେ କାର୍ଯ୍ୟ କରିବା ଦରକାର। ଏଭଳି ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଓ ଏସ ପି ଙ୍କ ଅସହଯୋଗ କରିଥିବାରୁ କ୍ଷୋଭ ପ୍ରକାଶ କରିଥିଲେ। ଦଶପଲ୍ଲା ଓକିଲ ସଂଘ ପକ୍ଷରୁ ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ଗୌରଚନ୍ଦ୍ର ମିଶ୍ରଙ୍କ ସମେତ ଅନ୍ୟ ସଦସ୍ୟମାନେ ମୁଖ୍ୟଅତିଥି ଓ ଆଇନଜୀବୀ ମାନସ କୁମାର ମହାକୁଡ଼ ଙ୍କ ସହିତ ଅନ୍ୟ ମାନେ ମୁଖ୍ୟବକ୍ତା ଙ୍କୁ ଉପଢୌକନ ପ୍ରଦାନ କରାଗଲା ପରେ ସଂଘର ଅନ୍ୟତମ ସଦସ୍ୟ ଶ୍ରୀ ଆଲୋକ କୁମାର ସେନାପତି ଧନ୍ୟବାଦ୍ ଅର୍ପଣ କରିଥିଲେ। ଶେଷର ସଭାପତିଙ୍କ ଅଭିଭାଷଣ ପରେ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଦୌରା ଜଜ, ଜିଲ୍ଲା ରେଜିଷ୍ଟର,ଦଶପଲ୍ଲା ଯୁଡ଼ିଶିଆଲ ମାଜିଷ୍ଟ୍ରେଟଙ୍କ ସମେତ ନୟାଗଡ଼ ଜିଲ୍ଲାର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି, ଭାଦ୍ରମହିଳା ଓ ବିଭିନ୍ନ ସାମାଜିକ ସଂଗଠନର କର୍ମକର୍ତ୍ତା ମାନେ ଯୋଗଦେଇଥିବା ଦେଖାଯାଇଥିଲା। Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026