Home ଓଡ଼ିଶା ଶ୍ରୀମନ୍ଦିର ପ୍ରଶାସନ ପକ୍ଷ ରୁ ରାମକୃଷ୍ଣ ଙ୍କୁ କୈଫତ ତଳବ, ୭ ଦିନ ଭିତରେ ଉତ୍ତର ଦେବେ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁର୍ଣ୍ଣ କରିବା ଅଭିଯୋଗରେ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି l ଏହି ସମୟ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି l ପଶ୍ଚିମବଙ୍ଗ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା/ଉଦଘାଟନ ଉତ୍ସବରେ ଯୋଗଦାନ କରି ଏବଂ ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କର ନବକଳେବର ବକଳା ଦାରୁରେ ନିର୍ମିତ ମୂର୍ତ୍ତି ସେହି ଦୀଘା ମନ୍ଦିରକୁ ପ୍ରଦାନ କରିଥିବା ଶ୍ରୀ ଦାସ ମହାପାତ୍ର ବଙ୍ଗୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇଥିବା ଅଭିଯୋଗ ହୋଇଥିଲା । ପରେ ଓଡିଶା ଗଣମାଧ୍ୟମରେ ସେ ଏହାକୁ ଖଣ୍ଡନ କରିଥିବା ସହ ଅନ୍ୟ ନିମ୍ବ କାଠରେ ବିଗ୍ରହ ନିର୍ମାଣ କରି ନେଇ ନିଜେ ତାକୁ ପ୍ରତିଷ୍ଠା କରିଥିବା କହିଥିଲେ । ନବକଳେବରରେ ସଂଗୃହୀତ ଦାରୁ ମଧ୍ୟରୁ ବଳକା ଦାରୁ ଶ୍ରୀମନ୍ଦିର “ଦାରୁଘର”ରେ ସଂରକ୍ଷିତ ରହିବାର ବିଧି ରହିଥିବା ବେଳେ ଆବଶ୍ୟକ ସମୟରେ କେବଳ ଶ୍ରୀଜୀଉମାନଙ୍କ ବ୍ଯବହାରରେ ବିନିଯୋଗର ବିଧି ତଥା ପରମ୍ପରା ରହିଛି । ଜଣେ ଅଭିଜ୍ଞ ତଥା ବରିଷ୍ଠ ଦଇତାପତି ଭାବେ ସେନେଇ ଅବଗତ ଥାଇ ମଧ୍ୟ ଶ୍ରୀ ଦାସ ମହାପାତ୍ର ଏଭଳି ବୟାନ ଦେବା ଦ୍ବାରା ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ହୋଇଥିବା ନୋଟିସରେ କୁହାଯାଇଛି । ଦଇତାପତି ଶ୍ରୀ ଦାସମହାପାତ୍ରଙ୍କ ଦ୍ବନ୍ଦ୍ବାତ୍ମକ ବୟାନ ଅଗଣିତ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅଲୋଡ଼ନ ସୃଷ୍ଟି କରିବା ସହ ତାଙ୍କ ଧାର୍ମିକ ଭାବନାରେ ଗଭୀର ଆଘାତ ଦେବା ସହ ଶ୍ରୀମନ୍ଦିରର ଗରିମା ଓ ଐତିହ୍ୟକୁ କ୍ଷୂର୍ଣ୍ଣ କରିଥିବା ନୋଟିସରେ ଦର୍ଶାଯାଇଛି l Categories: ଓଡ଼ିଶା, ପୁରୀ, ହୋମ୍ Related Content ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ by Proprietor Abhimanyu Maharana October 12, 2026 Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh by Proprietor Abhimanyu Maharana October 11, 2026 ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ by Proprietor Abhimanyu Maharana October 11, 2026 ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ by Proprietor Abhimanyu Maharana October 11, 2026 “Industry Must Lead Skill Development and Innovation to Drive Economic Growth”: Bhupendra Singh Poonia by Proprietor Abhimanyu Maharana October 11, 2026 ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ by Proprietor Abhimanyu Maharana October 11, 2026