Home ଓଡ଼ିଶା ନୟାଗଡ ଜ଼ିଲ୍ଲା ସୁନାଖଳା ରେଲୱେ ଓଭର ବ୍ରିଜ ନିକଟରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଓଭରବ୍ରିଜ ଉପରେ ଦୁଇ ପଲସର୍ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ ଜିଲ୍ଲା ରାଜସୁନାଖଳା-ରଣପୁର ରାସ୍ତାର ଓଭରବ୍ରିଜ ଉପରେ ଦୁଇ ପଲସର୍ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ମୃତକମାନେ ହେଲେ ନରେନ୍ଦ୍ରପୁର ଗାଁର ସନ୍ତୋଷ ପାଇକରାୟ ଏବଂ ନିରାକାରପୁର ଥାନା ଖଜୁରିଆପଡା ଗ୍ରାମର ଫରିଦ୍ ସାହା ରାଜସୁନାଖଳା ରଣପୁର ରାସ୍ତାର ଓଭରବ୍ରିଜ ଉପରେ ଦୁଇଟି ପଲସର୍ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ଏତେ ଜୋରରେ ହୋଇଥିଲା ଯେ ଦୁଇଟି ବାଇକ୍ ଭାଙ୍ଗି ଚୁରମାର ହୋଇଯାଇଥିଲା । ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀ ରଣପୁର ଥାନା ନରେନ୍ଦ୍ରପୁର ଗାଁର ସନ୍ତୋଷ ପାଇକରାୟ , ନିରାକାରପୁର ଥାନା ଖଜୁରିଆପଡା ଗ୍ରାମର ଫରିଦ୍ ସାହାଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିଲେ। ଗୁରୁତରଙ୍କୁ ପ୍ରଥମେ ରାଜସୁନାଖଳା ଏବଂ ପରେ ଭୁବନେଶ୍ବର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ରାଜସୁନାଖଳା ଫାଣ୍ଡି ଅଧକାରୀ ପ୍ରୀତିପ୍ରକାଶ ମାହାନ୍ତି ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ମେଡିକାଲ ପଠାଇବା ସହ ଘଟଣାର ତଦନ୍ତ କରୁଛି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026