ନୂଆଗାଁ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରାଢପି ପଂଚାୟତର ଅଭୟପୁର ଗ୍ରାମରେ ଶ୍ରୀ ଶ୍ରୀ ରଘୁନାଥ ଦେବଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ସୂର୍ଯ୍ୟପୂଜା, ପାର୍ଶ୍ଵଦେବାଦେବୀଙ୍କ ପୂଜା ପରେ ହୋମଯଜ୍ଞ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ସମୟରେ ପୂର୍ଣାହୂତି କରାଯାଇଥିଲା । ଉଦଘାଟକ ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ ।
