ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) :- ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶକ୍ରମେ ଜିଲ୍ଲା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ତତ୍ଵବଧାନ ରେ ଚଳିତ ବର୍ଷ ର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ନୟାଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ୪୧୩୯ ମାମଲ। ଫଏସଲା ହୋଇଯାଇଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତ ଗୁଡିକରେ ମୋଟ ୯ ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଏସଲା କରାଯାଇ ୪୧,୪୯,୦୦୦ ଟଙ୍କା କ୍ଷତିପୂରଣ ବାବଦକୁ ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ୮୩ ଟି ଦେୱାନି ମକଦ୍ଦମା ଫଏସଲା କରାଯାଇଛି ।

