
ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ରାଜନୀତିର ଜଣେ ବିଚକ୍ଷଣ ରାଜନୀତିଜ୍ଞ, ବରିଷ୍ଠ ସାମ୍ବାଦିକ, ସ୍ପଷ୍ଟବାଦୀ, ନିର୍ଭୀକ, କ୍ରାନ୍ତିକାରୀ ବ୍ୟକ୍ତିତ୍ଵ ତଥା ନୟାଗଡ଼ ଏନଏସିର ତତ୍କାଳୀନ ନଗରପାଳ ଭବାନୀ ଶଙ୍କର ଦାଶଙ୍କ ଦ୍ଵାଦଶାହରେ ତାଙ୍କ ପୁରୁଣା ସହରସ୍ଥିତ ବାସଭବନ ଠାରେ ଏକ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଙ୍କ ସଂଯୋଜନା ରେ ଶ୍ରଦ୍ଧା ନିବେଦନ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି ।

ସ୍ବର୍ଗତ ଦାଶଙ୍କ ବଡପୁଅ ନାଗଭୂଷଣ ଦାଶ ଓ ସାନପୁଅ ନୀଳକଣ୍ଠ ଦାଶଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି ସ୍ମୃତିସଭା କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ,ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ସମାଜସେବୀ ପ୍ରମୋଦ ପଟ୍ଟନାୟକ ବରିଷ୍ଠ ଆଇନଜୀବୀ ମାଧବ ମିଶ୍ର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରବି ମିଶ୍ର,
