ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଉଠିଛି l ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ପଞ୍ଚମ ଦିନରେ ପହଞ୍ଚି ଥିବା ବେଳେ ଶନିବାର ଦ୍ୱିତୀୟ ନଗର ଭ୍ରମଣ ଆରମ୍ଭ ହୋଇଛି l ଏହା ଜୁନ ୫ ତାରିଖରେ ଶେଷ ହେବ l ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି। ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l
