ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ଅଷ୍ଟମ ଦିନରେ ପହଞ୍ଚି ଥିବା ବେଳେ ମଙ୍ଗଳବାର ପଞ୍ଚମ ନଗର ଭ୍ରମଣ ଆରମ୍ଭ ହୋଇଥିଲା l ଏହା ଜୁନ ୫ ତାରିଖରେ ଶେଷ ହେବ l ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି।

