
ଓଡ଼ିଶା ତାଜା ନ୍ୟୁଜ୍ (୧ ସେପ୍ଟେମ୍ବର ମଙ୍ଗଳବାର) ବାଲେଶ୍ୱର :– ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ କାଉବଣୀରେ ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ମହିଳା ଜଣଙ୍କ ଘରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ସେପଟେ ବିଲରେ କାମ କରୁଥିବା
ସମୟରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଜଳେଶ୍ବର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥରେ କାକୁଡି ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା । ଗୁରୁତରଙ୍କୁ ପ୍ରଥମେ ଜଳେଶ୍ବର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ( ରିପୋର୍ଟ – ଦୀପ୍ତିମାନ ପତି )
