Home ଓଡ଼ିଶା ୧୨ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା : ବନଖଣ୍ଡ କାର୍ଯ୍ୟାଳୟ ବୁଲି ଆସିଲେ ମା’ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ଶନିବାର ୧୨ ଦିନରେ ମା’ ମାନଙ୍କ ଆଗମନ ବନଖଣ୍ଡ କାର୍ଯ୍ୟାଳୟ ପରିସର କୁ ଆସି ପରିଭ୍ରମଣ କରି ଆସିଥିଲେ l ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆର ରେ ଅସ୍ଥାୟୀ ପୀଠ ଠାରୁ ବାହାରି ଗାନ୍ଧୀ ଛକ, ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ, ଉପଜିଲ୍ଲାପାଳ ଙ୍କ ବାସ ଭବନ ଦେଇ ସ୍ଥାନୀୟ ଡିଏଫଓ ଙ୍କ ବନଖଣ୍ଡାଧିକାରୀଙ୍କ କାର୍ଯ୍ୟାଳୟ ସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପରେ ପହଞ୍ଚି ଥିଲେ l ଉକ୍ତ ପୂଜା ମଣ୍ଡପ ରେ ପହଞ୍ଚିବା ପରେ କାର୍ଯ୍ୟାଳୟ ର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା’ ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ l ଶେଷରେ ଅନ୍ନ ପ୍ରସାଦ ବଣ୍ଟନ ର ବ୍ୟବସ୍ଥା କରାଯାଇଥିଲା l ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ l ରବିବାର ଦିନ ମା’ ମହାମାୟୀ ଙ୍କ ମନ୍ଦିର ସାହି ଭଗମୁଣ୍ଡା ସାହିକୁ ମା’ ମହାମାୟୀ ନିଜ ୫ ଭଉଣୀ ଙ୍କୁ ନେଇ ସାହି ପରିଭ୍ରମଣ କରି ପୁଣି ଅସ୍ଥାୟୀ ମଣ୍ଡପ କୁ ଫେରିଥିଲେ l ଆଗାମୀ ଦିନରେ ହେବାକୁ ଥିବା ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି l ଠାକୁରାଣୀ ଯାତ୍ରା ଉପଲକ୍ଷେ ସ୍ଥାନୀୟ ସି.ଟି.କଲେଜ ରୋଡ଼ ରେ ଥିବା ନୀଳଗିରି ଫାର୍ମ ନିକଟ ଯାତ୍ରା ପଡିଆ ରେ ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି । ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଶନିବାର ୧୨ ଦିନରେ ପହଞ୍ଚି ଥିବା ବେଳେ ଶନିବାର ନଗର ଭ୍ରମଣ କାର୍ଯ୍ୟକ୍ରମ ଅଷ୍ଟମ ଦିନରେ ପହଞ୍ଚିଛି l ଏହା ଜୁନ ୫ ତାରିଖରେ ଶେଷ ହେବ l ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଅସୁସ୍ଥ : ଏକ ସପ୍ତାହ ପାଇଁ ବିଶ୍ରାମ ନେବାକୁ ପରାମର୍ଶ by Proprietor Abhimanyu Maharana September 26, 2026 କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ by Proprietor Abhimanyu Maharana September 26, 2026 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ by Proprietor Abhimanyu Maharana September 26, 2026 ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି by Proprietor Abhimanyu Maharana September 26, 2026 ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା by Proprietor Abhimanyu Maharana September 26, 2026 ପ୍ରତ୍ୟେକ ପରିବାର ସହ ସମବାୟ ସମ୍ବନ୍ଧ ଯୋଡିବାକୁ ସାଂସଦ ଙ୍କ ପରାମର୍ଶ by Proprietor Abhimanyu Maharana September 26, 2026