ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଶୁକ୍ରବାର ୧୮ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୩ ଦିନରେ ପହଞ୍ଚିଛି l ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l

