ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ସୋମବାର ୨୧ ଦିନରେ ପହଞ୍ଚି ଥିବା ବେଳେ ସାବିତ୍ରୀ ଅମାବାସ୍ୟା ଯୋଗୁଁ ମା ‘ମାନେ ଅସ୍ଥାୟୀ ମଣ୍ଡପ ରେ ବିଶ୍ରାମ ନେଉଛନ୍ତି l ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l

