ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର,ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ୱାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୫୨ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି l ଏହି ଅବସରରେ ଫାଲଗୁନି ମାଝୀ ,
ଅତିରିକ୍ତ ଜିଲ୍ଲାପାଳ ଗଜପତି, ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ, ନିର୍ବାହୀ ଅଧିକାରୀ ପୌରପରିଷଦ ପାରଳାଖେମୁଣ୍ଡି, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବଶିଷ୍ଠ ନାଗରିକ, ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସଂସ୍କୃତି ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମେତ ସ୍ଥାନୀୟ ସମସ୍ତ ବରିଷ୍ଠ ନାଗରିକ,
