ମୁଖ୍ୟମନ୍ତ୍ରୀ ଓ 5ଟି ସଚିବ ଟେଲିଫୋନ କରି ବରୀ ବିଧାୟିକା ସୁନନ୍ଦା ଦାସ ଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ଓ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ଓଡିଶା ତାଜା ନ୍ୟୁଜ୍ (୨ ସେପ୍ଟେମ୍ବର ବୁଧବାର) ବରୀ : – ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଙ୍କୁ କୋରନା ଆକ୍ରାନ୍ତ ହେବା ନେଇ ସେ ଗତକାଲି ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ମଧ୍ୟମରେ ଜଣାଇଛନ୍ତି । ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ଅଛି ଓ କୋରନା ରୋଗର ଲକ୍ଷଣ କିଛି ନାହିଁ ବୋଲି ଜଣାପଡିଛି ।

ଆଜି ମାନ୍ୟବର ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମ ଶ୍ରୀ ନବୀନ ପଟ୍ଟନାୟକ ଓ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଟେଲିଫୋନ ମାଧ୍ୟମରେ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଙ୍କ ସହ ଯୋଗାଯୋଗ କରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରିବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ବୋଲି ବିଧାୟିକା ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version