ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍ଘାଟନ କରିଥିଲ l ଆଗାମୀ ୧୫ ଦିନ ଧରି ଚାଲୁ ରହିବାକୁ ଥିବା ଏହି ଅଭିଯାନ ରେ ପ୍ରାୟ ୧.୫ କୋଟି ଚାଷୀଙ୍କ ସହିତ ସରକାର ସିଧାସଳଖ ସାକ୍ଷାତକାର କରି ସେମାନଙ୍କୁ ନୂତନ କୃଷି ଜ୍ଞାନ କୌଶଳ ଓ ପ୍ରଯୁକ୍ତିବିଦ୍ୟା ବିଷୟରେ ଅବଗତ କରାଇବେ ।

