ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଶୁକ୍ରବାର ୨୬ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୯ ଦିନରେ ପହଞ୍ଚିଛି l ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଯାତ୍ରା ସରିବାକୁ ଆଉ ମାତ୍ର ୫ଦିନ ବାକି ଥିବା ବେଳେ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ସମେତ ସମଗ୍ର ଅଞ୍ଚଳରେ ଏକ ଧାର୍ମିକ ପରିବେଶ ସୃଷ୍ଟି ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l
ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ବିଶେଷ କରି ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ପଞ୍ଚ ଦେବୀ ସହ ମା’ଦକ୍ଷିଣ କାଳୀ ଙ୍କୁ ଶେଷ ପର୍ଯ୍ୟାୟ ରେ ଦର୍ଶନ କରିବାକୁ ଅଞ୍ଚଳର ପ୍ରତ୍ୟେକ ପରିବାର ର ଦୂର ଦୁରାନ୍ତରେ ଥିବା ବନ୍ଧୁ ବାନ୍ଧବ ଙ୍କ ସୁଅ ଛୁଟିବାରେ ଲାଗିଲାଣି, ଏଣୁ ସପରିବାରେ ଆସି ମା ‘ଙ୍କ ଯାତ୍ରା ସହ ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି ।
