Home ଓଡ଼ିଶା ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ବାସୁଙ୍ଗା ପାଟ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବିଗ୍ରହମାନଙ୍କର ବିଜୟ ଡୋରୀ, ପଇତା, ରାକ୍ଷୀ ଆଦି ପ୍ରସ୍ତୁତିରେ ବ୍ୟବହାର ହୁଏ ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ ହୁଏ, କଇଥ ଫଳର ଅଠାରେ ରଙ୍ଗ ଦିଆଯାଏ ୧୯୮୧ ମସିହାରୁ ନିରନ୍ତର ଭାବେ ଯୋଗାଇ ଆସୁଛି ସେରିଫେଡ୍ କେବଳ ବିଗ୍ରହଙ୍କ ସେବାରେ ଲାଗେ, ଏହାର ବାଣିଜ୍ୟିକ ବ୍ୟବହାର ନାହିଁ ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ସ୍ଥାନୀୟ ଶହୀଦ ନଗରସ୍ଥିତ ଓଡିଶା ସମବାୟ ଟସର ଓ ରେଶମ ମହାସଂଘ (ସେରିଫେଡ୍) କାର୍ଯ୍ୟାଳୟ ପରିସରରୁ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଆଜି ପ୍ରେରଣ କରାଯାଇଛି । ଏହି ପବିତ୍ର କାର୍ଯ୍ୟକୁ ମାନ୍ୟବର ମନ୍ତ୍ରୀ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ପତାକା ଦେଖାଇ ପ୍ରେରଣ କରିଥିଲେ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ କରିବା ପୂର୍ବରୁ ମାନ୍ୟବର ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଧୂପ, ଦୀପ, ପୁଷ୍ପାଦି ପ୍ରଦାନ କରି ଭକ୍ତି ଅନ୍ତରରେ ପୂଜାର୍ଚ୍ଚନା କରି ବାସୁଙ୍ଗା ପାଟ ପ୍ରେରଣ କରିଥିଲେ । ସୂଚନଯୋଗ୍ୟ, ବାସୁଙ୍ଗା ପାଟ ହେଉଛି ଏକ ପବିତ୍ର ଓ ଅତ୍ୟନ୍ତ ଶକ୍ତିଶାଳୀ ରେଶମ ଡୋର ଯାହା ଚତୁର୍ଦ୍ଧାମୁରତୀଙ୍କ ରଥଯାତ୍ରା ଓ ଅନ୍ୟାନ୍ୟ ପର୍ବପର୍ବାଣୀରେ ବ୍ୟବହୃତ ହୋଇଥାଏ । ଶ୍ରୀମନ୍ଦିରରେ ବିଗ୍ରହମାନଙ୍କର ବିଜୟ ଡୋରୀ, ପଇତା, ରାକ୍ଷୀ ଆଦି ତିଆରି କରିବାରେ ବ୍ୟବହାର କରାଯାଇଥାଏ । ୧୯୮୧ ମସିହାରୁ ସେରିଫେଡ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଏହି ବାସୁଙ୍ଗା ପାଟ ଯୋଗାଇ ଆସୁଛି । ଚଳିତବର୍ଷ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ଯୋଗାଇ ଦିଆଯାଇଛି । ଏହି ବାସୁଙ୍ଗା ପାଟ ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ କରାଯାଇଥାଏ । ଏହା ମୁଖ୍ୟତଃ ଗଜପତି ଜିଲ୍ଲାର ମୋହନା ଓ ଆର. ଉଦୟଗିରୀ ବ୍ଲକର ଜନଜାତି ରେଶମ ଚାଷୀଙ୍କ ଦ୍ଵାରା ଉତ୍ପାଦିତ ହୋଇଥାଏ । ଏଥିରେ କୋରାପୁଟ ଜିଲ୍ଲାରୁ ସଂଗୃହୀତ କଇଥ ଫଳର ଅଠା ଲଗାଯାଇ ରଙ୍ଗାୟିତ କରାଯାଇଥାଏ । ଏହି କୋଷାଗୁଡିକୁ ସେରିଫେଡ ଦ୍ଵାରା ସଂଗ୍ରହ କରାଯାଇ କଟକ ଜିଲ୍ଲାର ନୂଆପାଟଣା ସ୍ଥିତ Silk Production & Technical Upgradation Centre ଠାରେ ପ୍ରକ୍ରିୟାକରଣ କରାଯାଏ । ଶ୍ରୀମନ୍ଦିର ପ୍ରଶାସନର ଆବଶ୍ୟକତା ଅନୁଯାୟୀ ବାସୁଙ୍ଗା ପାଟ ଡୋରୀ ଭାବରେ ପ୍ରସ୍ତୁତ କରି ମଧ୍ୟ ପ୍ରେରଣା କରାଯାଇଥାଏ । ଏହି ବାସୁଙ୍ଗା ପାଟକୁ କେବଳ ଶ୍ରୀମନ୍ଦିରର ଧାର୍ମିକ କାର୍ଯ୍ୟ ପାଇଁ ପ୍ରସ୍ତୁତ କରାଯାଉଥିବା ବେଳେ ଏହାର କୌଣସି ବାଣିଜ୍ୟିକ ବ୍ୟବହାର କରାଯାଇନଥାଏ । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ହସ୍ତଶିଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତୀ ଛୋଟରାୟ, ଯୁଗ୍ମ ଶାସନ ସଚିବ (ଆଇଏଏସ) ମଧୁମିତା ରଥ, ସେରିଫେଡ ଅଧ୍ୟକ୍ଷ ଶ୍ରୀ ଭାଗୀରଥି ନନ୍ଦ, ସେରିଫେଡ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିକ୍ରମାଦିତ୍ୟ ବାରିକ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ପୁରୀ, ମହାନଗର, ହୋମ୍ Related Content ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ by Proprietor Abhimanyu Maharana June 26, 2026 ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ by Proprietor Abhimanyu Maharana June 26, 2026 କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ by Proprietor Abhimanyu Maharana June 26, 2026 Dabur India Limited inducts the importance of Wonder Herb – Pudina by Proprietor Abhimanyu Maharana June 26, 2026 ଚମତ୍କାର ଔଷଧି - ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ by Proprietor Abhimanyu Maharana June 25, 2026 ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ by Proprietor Abhimanyu Maharana June 25, 2026