Home ଓଡ଼ିଶା ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମେତ ଚେଳାଗଡ, ମହେନ୍ଦ୍ରଗଡ ଓ ଛେଳିଗଡ଼ ପଞ୍ଚାୟତର ସମୁଦାୟ ମୋଟ- ୫୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୪୬ ଗୋଟି ଅଭିଯୋଗ ଆସିଥିଲା,ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଅଭିଯୋଗ ଶୁଣାଣିରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜଣକୁ ହ୍ୱିଲଚେୟାର ବଣ୍ଟନ କରାଯାଇଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମନ ଖର୍ସେଲ, ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content ‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍ସନ୍ ଏଗ୍ରୋ by Proprietor Abhimanyu Maharana September 28, 2026 HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS by Proprietor Abhimanyu Maharana September 28, 2026 ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ by Proprietor Abhimanyu Maharana September 28, 2026 New Delhi hosts 3rd World Peace Conclave by Proprietor Abhimanyu Maharana September 28, 2026 କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା by Proprietor Abhimanyu Maharana September 28, 2026 ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍ ଓ ପିକ୍ଅପ୍ ଭ୍ୟାନ୍ ଜବତ, ୬ ଗିରଫ by Proprietor Abhimanyu Maharana September 28, 2026