ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ସ୍ୱର୍ଗତା ନନ୍ଦିନୀ ଶତପଥିଙ୍କ ୯୪ ତମ ଜୟନ୍ତୀ ଉତ୍ସବ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି ଅବସରରେ ଶ୍ରୀଯୁକ୍ତ ଦାସ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଓ କର୍ମୀଙ୍କ ସହ ଭୁବନେଶ୍ୱରରେ ଥିବା ନନ୍ଦିନୀ ଶତପଥିଙ୍କ ପ୍ରତ୍ତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣକରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
