ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ନିର୍ଦ୍ଧାରିତ ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ମହା ଦିବ୍ୟସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସକାଳୁ ସକାଳୁ ଶ୍ରଦ୍ଧାଳୁ ମାନଙ୍କ ପ୍ରବଳ ଭିଡ଼ ହୋଇଥିଲା I ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅଦ୍ୟ ସକାଳ ୫ ଟା’ରେ ମଙ୍ଗଳ ଆଳତୀ, ସୂର୍ଯ୍ୟ ପୂଜା, ଦ୍ଵାରପାଳ ପୂଜା ପରେ ଖେଚୁଡ଼ି ଭୋଗ ଅର୍ପଣ କରାଯାଇଥିଲା । ତାପରେ ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କୁ ରତ୍ନ ସିଂହାସନରୁ ଅବତରଣ କରାଯାଇଥିଲା । ସକାଳ ୮ ଟା’ରେ ମଙ୍ଗଳାର୍ପଣ ଓ ବେଶ କରାଯାଇଥିଲା ।

