Home Uncategorized ଭୋଜି ଖାଇବାକୁ ଯାଇଥିଲେ, ଫେରିବା ବାଟରେ ବାଇକ୍ ସହ ମୁହାଁମୁହିଁ : ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ବନ୍ଧାଗୁଡା ଗ୍ରାମକୁ ଏକ ଭୋଜି ଖାଇବାକୁ ଯାଇ ଫେରୁଥିବା ବେଳେ ଏକ ବାଇକ୍ ଧକ୍କାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଯୁବକ ଫେରାର ହୋଇଯାଇଛନ୍ତି। ଖବରରୁ ଜଣାପଡିଛି , ଏଣ୍ଡ୍ରିମା ଗ୍ରାମର ଭୀମ ମଳିକ (୬୨) ଓ ସ୍ତ୍ରୀ କାରିମାଙ୍ଗା (୪୭) ଘରୁ ବାହାରି ବନ୍ଧାଗୁଡା ଗ୍ରାମକୁ ଜଣେ ସମ୍ପର୍କୀୟଙ୍କ ଘରକୁ ଭୋଜି ଖାଇବାକୁ ଯାଇ ଏକ୍ସଏଲ ଗାଡ଼ିରେ ଗାଁକୁ ଫେରୁଥିଲେ। ଏହି ସମୟରେ ଅପରପାର୍ଶ୍ୱରୁ ଦ୍ରୁତ ଗତିରେ ଆସୁଥିବା ଏକ ଆରୱାନ ଫାଇବ ଗାଡି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ସ୍ବାମୀ ସ୍ତ୍ରୀ ଉଭୟେ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଭୀମଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ସ୍ତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ପ୍ରାଥମିକ ଚିକିତ୍ସା ପରେ କାରିମାଙ୍ଗାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। Categories: Uncategorized Related Content ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 6, 2026 ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି by Proprietor Abhimanyu Maharana August 15, 2026 ରଥଯାତ୍ରା ୨୦୨୬ ପ୍ରସ୍ତୁତି ନେଇ ଛତିଶା ନିଯୋଗ ସହ ସମନ୍ୱୟ ବୈଠକ by Proprietor Abhimanyu Maharana July 3, 2026 Preparations on for Ratha Yatra at Delhi’s Hauz Khas Temple by Proprietor Abhimanyu Maharana June 27, 2026 ପୁରୀରେ ପଞ୍ଚମୁଖୀ ମହାବୀରଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା, ତିନିଦିନିଆ ଯଜ୍ଞରେ ଭକ୍ତିମୟ ପରିବେଶ by Proprietor Abhimanyu Maharana April 8, 2026 କୁଦିଆରୀ ମା ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ : ସ୍କାଳରାତ୍ରି ବେଶରେ ଦର୍ଶନ ଦେଲେ ମା' by Proprietor Abhimanyu Maharana March 25, 2026