ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ପହିଲି ରଜ ରେ ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରୁଛନ୍ତି ପହିଲି ରଜ। ରଜର ପ୍ରଥମ ଦିନକୁ ପହିଲି ରଜ, ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ।

