ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପୋଲିସ ଦ୍ୱାରା ଜଣେ ମୋବାଇଲ ଲୁଟେରା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ହେଲେ ଉକ୍ତ ଥାନା ପ୍ଳିହେରୀର ସୂର୍ଯ୍ୟ ପ୍ରଧାନ (୧୯) ବୋଲି ଡିଏସପି ତଥା ଦାରିଙ୍ଗବାଡି ଥାନା ଇନଚାର୍ଜ କନକ କୁମାର ମାଝୀ କହିଛନ୍ତି । ପୋଲିସ ଗିରଫ ଯୁବକଠାରୁ ବିଭିନ୍ନ କମ୍ପାନୀର ନୂଆ ମୋବାଇଲ ୧୩ ଟି ଜବତ କରିବା ସହ ଚୋରିରେ ବ୍ୟବହୃତ ଫ୍ଲାସ, କଟର, ସ୍କ୍ର୍ୟୁ ଡ୍ରାଇଭେର ଏବଂ ଏକ ବ୍ୟାଗକୁ ପୋଲିସ ଜବତ କରିଛି ।
