Home ଓଡ଼ିଶା ଗଜପତି ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ପ୍ରସ୍ତୁତିର କାର୍ଯ୍ୟକ୍ରମ , ବନ୍ୟା ଓ ବାତ୍ୟା ଆଶ୍ରୟ ସ୍ଥଳୀର ସାମୁହିକ ଟେବୁଲ ଟପ ଏକ୍ସର ସାଇଜ ଅଭ୍ୟାସ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ନିମନ୍ତେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗର ସଂଯୋଜକ ଶ୍ରୀ ସୁଭଦ ନାୟକ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀ ଜଗନ୍ନାଥ ପାଢ଼ୀ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ରହିଥିଲା ରାଜ୍ୟରେ ବିଭିନ୍ନ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ବନ୍ୟା, ବାତ୍ୟା, ଭୂସ୍ଖଳନ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧରଣଙ୍କ ଧନ ଜୀବନକୁ କିପରି ରକ୍ଷା କରାଯାଇ ପାରିବ ସେ ନେଇ ଆଲୋଚନା କରାଯାଇଥିଲା। ଗଜପତି ଜିଲ୍ଲାକୁ ବିପର୍ଯୟ ପରିଚାଳନା ନିମନ୍ତେ ଜିଲ୍ଲାସ୍ତରୀୟ ,ବ୍ଲକ ସ୍ତରୀୟ ଓ ପାରଳାଖେମୁଣ୍ଡି ପୌରପରିଷଦ ଓ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧିକାରୀ ମାନଙ୍କର କାର୍ଯ୍ୟଦକ୍ଷତା ସଠିକ ଭାବେ କାର୍ଯ୍ୟକ୍ରମ କରାଇବା ଏହି ଉଦ୍ଦେଶ୍ୟ l ଜିଲ୍ଳାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା କରିବା ପୂର୍ବରୁ ଏହାର ମୁକାବିଲା ପାଇଁ ବ୍ୟାପକ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବିପର୍ଯ୍ୟୟ ସମୟରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବା ସହିତ ପ୍ରଭାବିତ ଜନସାଧରଣଙ୍କୁ ଖାଦ୍ୟ, ଔଷଧ,ପାନୀୟ ଜଳ, ଚୁଡ଼ା, ଗୁଡ଼ ମହଜୁଦ ରଖିବା ସହିତ ଦୁର୍ବଳ ସ୍ଥିତିରେ ଥିବା ନଦୀ ଓ କେନାଲ ବନ୍ଧ ନିର୍ମାଣ ଆଦି ଗୁରୁତ୍ଵ ଦେବା ସହିତ ବିପର୍ଯ୍ୟୟ ପରେ ଥଇଥାନ ପଦେକ୍ଷପକୁ ସଠିକ ଭାବରେ ପରିଚାଳନା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଜିଲ୍ଲାରେ ସାଧାରଣତଃ ସ୍ବାସ୍ଥ୍ୟ, ପ୍ରାଣୀ ଚିକିତ୍ସା, ପାନୀୟ ଜଳ ପରିମଳ ବିଭାଗ , କୃଷି, ଯୋଗାଣ ବିଭାଗ, ଅଗ୍ନିଶମ ବିଭାଗ,ଓ ବିଦ୍ୟୁତ ବିଭାଗର ଅଧିକାରୀ ସମେତ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀଙ୍କ ସହିତ ଫୁଙ୍ଖାନୁଫୁଙ୍ଖ ଆଲୋଚନା କରାଯାଇଥିଲା। ଏହା ସବୁ ବିଭାଗର ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅନ୍ୟ ପଦସ୍ଥ ଅଧିକାରୀ ମାନେ କିପରି ନିଜ ନିଜ ବିଭାଗ ଦ୍ଵାରା ଏହାକୁ ପରିଚାଳନା କରିବେ ସେ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଟେବୁଲ ଟପ୍ ଏକ୍ସରସାଇଜ ବୈଠକରେ ଛତ୍ରପୁର ଓଡ଼୍ରାଫ ଟିମ୍ ,ଜିଲ୍ଲା ଅଗ୍ନିଶମ ଟିମ୍ , ସ୍ବାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ by Proprietor Abhimanyu Maharana September 28, 2026 New Delhi hosts 3rd World Peace Conclave by Proprietor Abhimanyu Maharana September 28, 2026 କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା by Proprietor Abhimanyu Maharana September 28, 2026 ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍ ଓ ପିକ୍ଅପ୍ ଭ୍ୟାନ୍ ଜବତ, ୬ ଗିରଫ by Proprietor Abhimanyu Maharana September 28, 2026 ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ by Proprietor Abhimanyu Maharana September 28, 2026 ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା by Proprietor Abhimanyu Maharana September 28, 2026