Home ଓଡ଼ିଶା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ପଞ୍ଚମ ସନ୍ଧ୍ୟାର କାର୍ଯ୍ୟକ୍ରମ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଜିଲ୍ଲାସ୍ତରୀୟ ବିକାଶ ମେଳା, ପରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳାର ପଞ୍ଚମ ସନ୍ଧ୍ୟା କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ, ଜିଲ୍ଲା ଶିଳ୍ପ ପରିଚାଳକ ଶ୍ରୀ ସୁନାରାମ ସିଂ ଓ ଓଡ଼ିଶା ଜୀବିକା ମିଶନ ଗଜପତି ଶ୍ରୀ ଟିମନ ବାରା ଉପସ୍ଥିତ ରହି ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ହିତାଧିକାରୀଙ୍କୁ ପ୍ରାଞ୍ଜଳ ଭାବରେ ସଚେତନତା କରେଇଥିଲେ । ଆଜିର ପଞ୍ଚମ ସନ୍ଧ୍ୟାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଶ୍ରୀ ଶଙ୍କର କେରକେଟା,ଉପ-ଜିଲ୍ଲାପାଳ ଶ୍ରୀଯୁକ୍ତ ଅନୁପ ପଣ୍ଡା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ପ୍ରକଳ୍ପ ନିର୍ଦ୍ଦେଶକ , ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଗଜପତି ଶ୍ରୀ ସୁରେଶ କୁମାର ପଟ୍ଟନାୟକ ଗୋସାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌର ଚନ୍ଦ୍ର ପଟ୍ଟନାୟକ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଥିଲେ। ପରେ ପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସମଲେଇ ନୃତ୍ୟ ଅନୁଷ୍ଠାନ , ଡ୍ରିମ୍ ଡେନ୍ସ ଷ୍ଟୁଡ଼ିଆ, ବଜରଙ୍ଗ ସୌରା ଡାନ୍ସ ଗ୍ରୁପ ଓ ବନଖଣ୍ଡ ବିଭାଗ ତରଫରୁ ସଚେତନତା ଇତ୍ୟାଦି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଡେପୁଟି ସିଓ ଓରମାସ୍ ଶ୍ରୀ ସୁଭଳ ଜେନାମଣି, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ସହକାରୀ ନିର୍ବାହୀ ଅଧିକାରୀ ଶ୍ରୀ ଭେଙ୍କଟ ରାଓ ଆଚାରୀ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ by Proprietor Abhimanyu Maharana September 28, 2026 New Delhi hosts 3rd World Peace Conclave by Proprietor Abhimanyu Maharana September 28, 2026 କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା by Proprietor Abhimanyu Maharana September 28, 2026 ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍ ଓ ପିକ୍ଅପ୍ ଭ୍ୟାନ୍ ଜବତ, ୬ ଗିରଫ by Proprietor Abhimanyu Maharana September 28, 2026 ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ by Proprietor Abhimanyu Maharana September 28, 2026 ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା by Proprietor Abhimanyu Maharana September 28, 2026