ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ମାନଙ୍କୁ ବିପଦ ସଙ୍କୁଳ କାର୍ଯ୍ୟରେ ନିୟୋଜିତ ନିଷେଧ ସଚେତନତା ସଭା ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଶିଶୁ ଶ୍ରମିକ ନିରାକରଣ ନେଇ ବିଭିନ୍ନ ଆଇନ୍ ଓ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନତା କରାଯିବା ସହ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯିବ । ବିଭିନ୍ନ ହୋଟେଲ, ଦୋକାନୀ, କାରଖାନା, ଶିଳ୍ପ, ବୋଲି ଯେ କୌଣସି ଘରଇ ମାଲିକ ଶିଶୁ ଶ୍ରମିକ ମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରନ୍ତି ସେ ନେଇ ଆଜିର ବୈଠକରେ ଆଲୋଚନା କରାଯାଇଥିଲା।
