Home ଓଡ଼ିଶା ରଥଯାତ୍ରା ଚୁଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ଚଳିତ ବର୍ଷ ରଥଯାତ୍ରା ଜୁନ ୨୭ ତାରିଖରେ ଅନୁଷ୍ଠିତ ହେବ। ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏକ ଚୁଡାନ୍ତ ପ୍ରସ୍ତୁତି ବୈଠକ ଆଜି ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ରଥଯାତ୍ରା ର ପ୍ରଥମ ଓ ଦ୍ୱିତୀୟ ସମନ୍ୱୟ ବୈଠକ ସରି ଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ସ୍ବତନ୍ତ୍ର ସମୀକ୍ଷା ବୈଠକ ପୂର୍ବରୁ ସମସ୍ତ କାର୍ଯ୍ୟ କୁ ତ୍ବରାନ୍ବିତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେଣୁ ପୂର୍ବ ଦୁଇ ସମନ୍ୱୟ ବୈଠକ ର ନିର୍ଯ୍ୟାସ ଆଧାର ରେ ସମସ୍ତ ବିଭାଗ ସେମାନଙ୍କ କାର୍ଯ୍ୟ କୁ ସମାପ୍ତ କରିବାକୁ ସେ ପରାମର୍ଶ ଦେଇଥିଲେ। ବିଗତ ବର୍ଷ ପରି ସମ୍ମିଳିତ ଉଦ୍ୟମ ରେ ଚଳିତ ରଥଯାତ୍ରା କୁ ସଫଳ କରିବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଥିଲେ। ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ଅସୁରକ୍ଷିତ ବିଲ୍ଡିଂ ର ଚିହ୍ନଟ, ସମୀକ୍ଷା ଓ କାର୍ଯ୍ୟାନୁଷ୍ଠାନ, ସ୍ୱେଛାସେବୀ ନିୟୋଜନ, ଅଗ୍ନି ନିର୍ବାପକ ବ୍ୟବସ୍ଥା ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ କୁ ଚୁଡାନ୍ତ ରୂପ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ ପି ବିନୀତ ଅଗ୍ରୱାଲ ପରସ୍ପର ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବା ସହ ଶ୍ରଦ୍ଧାଳୁ ଓ ଯାତ୍ରୀ ମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ପରାମର୍ଶ ଦେଇ ଥିଲେ।ପ୍ରାରମ୍ଭରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସମସ୍ତଙ୍କୁ ସ୍ୱାଗତ ସହ କାର୍ଯ୍ୟ ସୂଚୀ ଅନୁସାରେ ଆଲୋଚନା କରିଥିଲେ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ.ଶରତ ଚନ୍ଦ୍ର ମହାପାତ୍ର,ନିତୀ ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ପିକେଡିଏ ସମ୍ପାଦକ ଦିଲ୍ଲୀପ କୁମାର ମହାରଣା,ଅତିରିକ୍ତ ଏସ ପି ସୁଶୀଲ କୁମାର ମିଶ୍ର,ତପନ କୁମାର ଦାସ,ଅତିରିକ୍ତ ଉପ ଜିଲ୍ଲାପାଳ ନୀଳମାଧବ ମାଝୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିଭାଗର ସମୀକ୍ଷା ରେ ସହଯୋଗ କରିଥିଲେ।ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇ ସେମାନଙ୍କ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟ ମାନେ ବୈଠକ ପରିଚାଳନା ରେ ସହଯୋଗ କରିଥିଲେ। Categories: ଓଡ଼ିଶା, ପୁରୀ, ହୋମ୍ Related Content ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର by Proprietor Abhimanyu Maharana August 4, 2026 ତୋ ଛଡ଼ା ମୋ କେହି ନାହିଁ ' ଭଜନ ଶ୍ରୋତାର୍ପଣ by Proprietor Abhimanyu Maharana August 4, 2026 କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ by Proprietor Abhimanyu Maharana August 4, 2026 ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର by Proprietor Abhimanyu Maharana August 4, 2026 ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି by Proprietor Abhimanyu Maharana August 4, 2026 କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ by Proprietor Abhimanyu Maharana August 4, 2026