ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଓଡିଶା ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।
ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଶାସନ, ବିକାଶ ଏବଂ ଜନ କଲ୍ୟାଣ ସମ୍ପର୍କରେ ତଥା ରାଜ୍ୟ ସହ ଜଡିତ ବିଭିନ୍ନ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।

