ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ, ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ୨୦୨୫ ପାଳିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବକାରୀ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରଦୀପ କୁମାର ସାହୁ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମାଧବନନ୍ଦ ନାୟକ, ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା,

