Home ଓଡ଼ିଶା ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ନୂଆଦିଲ୍ଲୀ (ଓଡ଼ିଶା ତାଜା ନ୍ୟୁଜ୍) :- ନୂଆଦିଲ୍ଲୀର ହାଉଜଖାସ ଭିଲେଜ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସବୁଠୁ ବୃହତ ଜଗନ୍ନାଥ ମନ୍ଦିରରେ ୪୭ ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ପବିତ୍ର ପର୍ବ ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ରଙ୍ଗବେରଙ୍ଗର କପଡ଼ା, କାଗଜ ଏବଂ ଆଲୋକମାଳାରେ ସଜା ଯାଇଥିବା ଦେଖାଯାଇଥିଲା। ମନ୍ଦିରରେ ବଢି ଭୋରରୁ ମଙ୍ଗଳ ଆଳତି କରାଯିବା ପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଏବଂ ନୀତିକାନ୍ତି ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା । ଚଳିତ ବର୍ଷ ଏହି ମହା ପାର୍ବଣରେ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳର ଲକ୍ଷାଧିକ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତ ସେମାନଙ୍କର ପରିବାର ଓ ପରିଜନଙ୍କ ସହ ଆସି ସାମିଲ ହେବା ଦେଖା ଯାଇଥିଲା । ଏଠାରେ ଦିନ ଦ୍ୱିପହରରେ ଚାରି ଠାକୁରଙ୍କର ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତା’ପରେ ବଡ଼ଭାଇ ବଳଭଦ୍ର, ପରେପରେ ଦେବୀ ସୁଭଦ୍ରା ଓ ସବାଶେଷରେ ଜଗତରନାଥ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା। ଉପସ୍ଥିତ ଦର୍ଶକମାନଙ୍କ ଦ୍ୱାରା ଘଣ୍ଟ, ଶଙ୍ଖ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହଗହ ନାଦ ତଥା ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠିଥିଲା। ଏଠାରେ ଉଭୟ ଆୟୋଜକ ଓ ଅଂଶଗ୍ରହଣକାରୀ ମାନଙ୍କ ମଧ୍ଯରେ ଘୋଷଯାତ୍ରାକୁ କେନ୍ଦ୍ର କରି ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ଦୃଷ୍ଟିଗୋଚର ହୋଇଥିଲା। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘ ତରଫରୁ ଶାନ୍ତି ଶୃଙ୍ଖଳା ରକ୍ଷା ଓ ଭିଡ଼କୁ ନିୟନ୍ତ୍ରଣ କରାଯିବା ପାଇଁ ଉପଯୁକ୍ତ ବ୍ୟବସ୍ଥା କରାଯାଇଥିଲା। ପରିଚାଳନା କମିଟିର ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ ସମସ୍ତ ବନ୍ଦୋବସ୍ତକୁ ବ୍ୟକ୍ତିଗତ ଭାବରେ ତଦାରଖ କରିଥିଲେ। ଏଠାରେ ମୁଖ୍ୟ ଅତିଥି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପାରମ୍ପରିକ ଢଙ୍ଗରେ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ସମ୍ମାନିତ ଅତିଥି ଭାବରେ ସାଂସଦ ବାଁଶୁରୀ ସ୍ଵରାଜ,ମନୋଜ ତିୱାରୀ, ବିଧାୟକ ସତୀଶ ଉପାଧ୍ୟାୟ ଓ ଅନୀଲ ଶର୍ମା, ବିଜେପି ନେତ୍ରୀ ମୃଦୁଳା ଠାକୁର ପ୍ରଧାନ, ବିଜେପି ନେତା ଶୈଳେନ୍ଦ୍ର ସିଂହ ମଣ୍ଟି, ରବୀନ୍ଦ୍ର ଚୌଧୁରୀ ଏବଂ ପୂର୍ବତନ ବିଧାୟକ ସୋମନାଥ ଭାରତୀ ପ୍ରମୁଖ ଉପସ୍ଥିତ ଥିଲେ ।ଉପସ୍ଥିତ ଜନସାଧାରଣ ରଥଯାତ୍ରା ଦିନ ସରକାରୀ ଛୁଟି ଘୋଷଣା କରିବାକୁ ଅତିଥିମାନଙ୍କ ନିକଟରେ ଦାବୀ ଉପସ୍ଥାପନ କରିଥିଲେ। ଅପରାହ୍ନ ୨:୩୦ ମିନିଟରେ ରଥ ଟଣା ଆରମ୍ଭ ହୋଇଥିଲା। ଅଠର ଫୁଟ ଉଚ୍ଚତା ବିଶିଷ୍ଟ ରଙ୍ଗାରଙ୍ଗ ଓ ରାଜକୀୟ ରଥ ଉପରେ ଚାରିଠାକୁରଙ୍କର ବିରାଜମାନର ଦୃଶ୍ୟ ଅଲୌକିକ ଥିଲା। ମହାପ୍ରଭୁଙ୍କ ରଥକୁ ଆଂସାରୀ ନଗରକୁ ନିଆଯାଇ ପୁଣି ସନ୍ଧ୍ୟା ସୁଦ୍ଧା ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ, ଠାକୁରମାନଙ୍କ ଉପରେ ପୁଷ୍ପବର୍ଷଣ ଏବଂ ରଥବାଢ଼ରେ ନଡ଼ିଆ ଭାଙ୍ଗି ନିଜକୁ ଧନ୍ୟ ମନେ କରୁଥିବା ଓ ଭକ୍ତିଭାବରେ ଅଭିଭୂତ ହେଉଥିବା ଦେଖା ଯାଇଥିଲା। ରଥ ମନ୍ଦିର ପ୍ରାଙ୍ଗଣକୁ ଫେରିବା ପରେ ସର୍ବସାଧାରଣ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଦର୍ଶନ କରିଥିଲେ। ରାତ୍ରିର ବିଳମ୍ବିତ ପ୍ରହରରେ ଠାକୁରମାନଙ୍କୁ ପହଣ୍ଡି କରାଯାଇ ମନ୍ଦିରର ବେସମେଣ୍ଟରେ ଥିବା ମାଉସୀମା’ ଘରକୁ ନିଆଯାଇ, ସେଠାରେ ଥିବା ସିଂହାସନରେ ଆସୀନ କରାଯାଇଥିଲା । ରଥଯାତ୍ରାକୁ ସକ୍ଷମତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ, ଡ଼ଃ ଅଶୋକ ଚୌଧୁରୀ,ଅଭୟ ପ୍ରଧାନ, ଅଶୋକ ପ୍ରଧାନ(କ), କ୍ଷୀରୋଦ ପାତ୍ର,ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ଖ), ଜିତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶୀଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ୱାଇଁ, କିଶୋର ସାମଲ, ସନାତନ ମିଶ୍ର, ବିଜୟ କୁମାର ସାହୁ, ଅମୁଲ୍ୟ ଓଝା, ସୁକାନ୍ତ ସାହୁ, ଏବଂ ମନ୍ଦିର ମୁଖ୍ୟ ପରିଚାଳକ ରଶ୍ମି ରଞ୍ଜନ ବେହେରା ତଥା ସହପରିଚାଳକ ଶଶୀକାନ୍ତ ସାହୁ, ସଂଜୀବ ଜେନା ଓ ମନ୍ଦିରର ପୂଜକବୃନ୍ଦ ଯଥା ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥି, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା । Categories: ଓଡ଼ିଶା, ଦେଶ, ମନୋରଞ୍ଜନ, ହୋମ୍ Related Content ଗୋସାଇଁନୂଆଗାଁ ନେହୁର ନଗର ଦୁର୍ଗା ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana September 12, 2026 ଖୋର୍ଦ୍ଧା ରୋଡ୍ରେ ବିଭାଗୀୟ ସାଂସ୍କୃତିକ ପ୍ରତିଯୋଗିତା – ୨୦୨୬ ଅନୁଷ୍ଠିତ by Proprietor Abhimanyu Maharana September 12, 2026 ଲୋକପ୍ରିୟ ଜନନେତାଙ୍କ ସ୍ମୃତିଚାରଣ ସଭା ଅରୁଣ ଥିଲେ ପ୍ରେରଣାର ଉତ୍ସ ଓ ପ୍ରଗତିର ସାରଥୀ by Proprietor Abhimanyu Maharana September 12, 2026 ଗଜପତି ଜିଲ୍ଲା ଗାରବନ୍ଧ ଗ୍ରାମ ପୋଖରୀରେ ବୁଡି ଜଣେ ମୃତ by Proprietor Abhimanyu Maharana September 12, 2026 ୩ ମାସରେ ୫୦ ଗୋଟି ସାଇକେଲ ଚୋରି କରିଥିବା ସିରିଜ ସାଇକେଲ ଚୋର ଗିରଫ by Proprietor Abhimanyu Maharana September 12, 2026 ସିୟୁଟିଏମ ତରଫରୁ ଗଜପତି ଜିଲ୍ଲାରେ ‘ମିନି କୃଷି ମେଳା’ ଅନୁଷ୍ଠିତ by Proprietor Abhimanyu Maharana September 12, 2026