Home ଓଡ଼ିଶା ପୁରୀ ସର୍କିଟ ହାଉସ୍ ଠାରେ ରଥଯାତ୍ରା ସମ୍ପର୍କିତ ସୁରକ୍ଷା ସମୀକ୍ଷା ବୈଠକ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପୁରୀରେ ମହାପ୍ରଭୁଙ୍କ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ଆଗାମୀ ନୀତିକାନ୍ତି ସୂଚାରୁ ରୂପେ ପାଳିତ ହେବ ବୋଲି ପ୍ରତିଶୃତି ଦେଲେ ସେବାୟତଗଣ ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସେବାୟତମାନଙ୍କ ସହ ଏକ ସ୍ୱତନ୍ତ୍ର ବୈଠକରେ ସେମାନଙ୍କ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ, ଆପଣମାନଙ୍କ ସହଯୋଗ ଓ ସେବାପୂଜା ଯୋଗୁ ବର୍ତ୍ତମାନ ପର୍ଯ୍ୟନ୍ତ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୁରୁଖୁରୁରେ ସମାପନ ହୋଇଛି । ରଥଯାତ୍ରାର ଆହୁରି ତିନୋଟି ମୁଖ୍ୟ ଉତ୍ସବ ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ବାକି ଅଛି । ତେଣୁ ସେବାୟତମାନେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ସୁଖଦ ଅନୁଭୂତି ପାଇଁ ଏହି ସହଯୋଗ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ସେ ଆହୁରି କହିଥିଲେ ଯେ, ସମସ୍ତେ ସମର୍ପଣ ଭାବ ନେଇ ମହାପ୍ରଭୁଙ୍କ ସେବାରେ ନିଜ ନିଜର କର୍ତ୍ତବ୍ୟ ସମ୍ପାଦନ କରିବା ଉଚିତ । ସେବାୟତମାନେ ସେମାନଙ୍କର କିଛି ଦାବୀ ମୁଖ୍ୟମନ୍ତ୍ରୀଙ୍କ ପାଖରେ ରଖିଥିଲେ । ମୁଖ୍ୟମନ୍ତ୍ରୀ ଏ ସବୁ ଦାବୀକୁ ବିଚାର କରି ପଦକ୍ଷେପ ନିଆଯିବ ବୋଲି କହିଥିଲେ । ଏଥି ସହିତ ସେବାୟତ ମାନଙ୍କ ପାଇଁ ସବୁବେଳେ ତାଙ୍କର ଦ୍ୱାର ଖୋଲା ଅଛି ଏବଂ ଯାହା ବି ସମସ୍ୟା ଅଛି ଆଗାମୀ ଦିନରେ ସେ ସବୁ ବିଷୟରେ ଆଲୋଚନା କରାଯାଇ ସମାଧାନ କରାଯିବ ବୋଲି ସେ କହିଥିଲେ । ପ୍ରଥମ ଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ସେମାନଙ୍କ ସହିତ ସ୍ୱତନ୍ତ୍ର ଭାବେ ଆଲୋଚନା କରି ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିବାରୁ ସେବାୟତମାନେ ଅତ୍ୟନ୍ତ ଖୁସି ହୋଇଥିଲେ । ଏହି ବୈଠକରେ ଆଇନମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁରୀ ସାଂସଦ ଡ. ସମ୍ୱିତ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଶ୍ରୀ ଓମ୍ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୁରୀ ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା, ପୁରୀ ଏସ୍.ପି. ଶ୍ରୀ ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ପୁରୀ, ମହାନଗର, ହୋମ୍ Related Content ନୟାଗଡ଼ ଜିଲ୍ଲାବାସୀଙ୍କ ନୀରବ ସମର୍ଥନ ପାଇଁ ବନ୍ଦ ସମ୍ପୂର୍ଣ୍ଣ ସଫଳ : ଇଣ୍ଡିଆ ମେଣ୍ଟ by Proprietor Abhimanyu Maharana October 8, 2026 ସିଲଭର ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କର ଭବ୍ୟ ସମ୍ବର୍ଦ୍ଧନା by Proprietor Abhimanyu Maharana October 8, 2026 Chief Minister warmly felicitates Silver Gandhi by Proprietor Abhimanyu Maharana October 8, 2026 ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬ by Proprietor Abhimanyu Maharana October 8, 2026 ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana October 8, 2026 ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର by Proprietor Abhimanyu Maharana October 8, 2026