Home Uncategorized ଗୋଷାଣୀ ବ୍ଲକ ବୋମିକା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଙ୍କ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ବୋମିକା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୋମିକା ଗ୍ରାମ ପଞ୍ଚାୟତ ସମେତ କଣ୍ଟରାଗଡ , ମଧୁସୂଦନପୁର ଓ ମାଛମାରା ପଞ୍ଚାୟତର ସମୁଦାୟ ମୋଟ-୫୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୫ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୯ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାର ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ.ବୀରାରାଜୁ ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ,ତହସିଲଦାର ଶ୍ରୀ ନାରାୟଣ ବେହେରା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ। Categories: Uncategorized Related Content ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 6, 2026 ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି by Proprietor Abhimanyu Maharana August 15, 2026 ରଥଯାତ୍ରା ୨୦୨୬ ପ୍ରସ୍ତୁତି ନେଇ ଛତିଶା ନିଯୋଗ ସହ ସମନ୍ୱୟ ବୈଠକ by Proprietor Abhimanyu Maharana July 3, 2026 Preparations on for Ratha Yatra at Delhi’s Hauz Khas Temple by Proprietor Abhimanyu Maharana June 27, 2026 ପୁରୀରେ ପଞ୍ଚମୁଖୀ ମହାବୀରଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା, ତିନିଦିନିଆ ଯଜ୍ଞରେ ଭକ୍ତିମୟ ପରିବେଶ by Proprietor Abhimanyu Maharana April 8, 2026 କୁଦିଆରୀ ମା ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ : ସ୍କାଳରାତ୍ରି ବେଶରେ ଦର୍ଶନ ଦେଲେ ମା' by Proprietor Abhimanyu Maharana March 25, 2026